www.samajalive.in
Monday, December 8, 2025
13.1 C
Bhubaneswar

ରାଜ୍ୟ​‌ରେ ଆଉ ୨୦୬ ପଜିଟିଭ୍ ଚିହ୍ନଟ, ୭୦୬୫ରେ ପହଞ୍ଚିଲା ରାଜ୍ୟର ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ ମଙ୍ଗଳବାର ଆଉ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ୭୦୬୫ରେ ପହଞ୍ଚିଛି । ଆଜି ଚିହ୍ନଟ ୨୦୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୨ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଏବଂ ୧୪ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।


ମଙ୍ଗଳବାର ୨୨ ଜିଲାରୁ ୨୦୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ମାଲକାନଗିରି ଜିଲାରୁ ସର୍ବାଧିକ ୩୬ ଜଣ ଚିହ୍ନଟ ହୋଇଥିବା ବେଳେ, ଯାଜପୁରରୁ ୨୮, କୋରାପୁଟରୁ ୧୮, କଟକରୁ ୧୭, ଜଗତସିଂହପୁରରୁ ୧୭, ଅନୁଗୁଳରୁ ୬, ବାଲେଶ୍ୱରରୁ ୫, ଭଦ୍ରକରୁ ୪, ବଲାଙ୍ଗୀରରୁ ୧୬, ବୌଦ୍ଧରୁ ୧, ଦେବଗଡରୁ ୧୫, ଢେଙ୍କାନାଳରୁ ୪, ଗଞ୍ଜାମରୁ ୩,  ଝାରସୁଗୁଡ଼ାରୁ ୩, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୬, ଖୋର୍ଦ୍ଧାରୁ ୭, ମୟୂରଭଞ୍ଜରୁ ୭, ନୟାଗଡରୁ ୧, ପୁରୀ ରୁ ୧, ସମ୍ବଲପୁରରୁ ୪, ସୁନ୍ଦରଗଡ଼ରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

- Advertisement -


ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨ ଲକ୍ଷ ୬୫ ହଜାର ୪୩୧ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୭୦୬୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି, ସେଥିମଧ୍ୟରୁ ୪୯୪୬ ଜଣ ସୁସ୍ଥ ହୋଇଛନ୍ତି,ସେହିପରି ୨୧ ଜଣ କରୋନାରେ ମୃତ୍ୟୁ ବରଣ କରିଥିବା ବେଳେ ୭ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗ କାରଣରୁ ମୃତ୍ୟୁ ବରଣ କରିଛନ୍ତି ଏବଂ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୦୮୭ ଜଣ ଚିକିତ୍ସିତ ହେଉଛନ୍ତି।

 

Hot this week

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

Related Articles

Popular Categories