www.samajalive.in
Saturday, December 6, 2025
23.1 C
Bhubaneswar

ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ଆଜିଠୁ ନାମାଙ୍କନ ଦାଖଲ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ହେଉଛି ନାମାଙ୍କନ ଦାଖଲ। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୧ଟି ରାଜ୍ୟର ୧୦୨ଟି ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିସନ। ୧୯ ଏପ୍ରିଲରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଭୋଟ ଗ୍ରହଣ କରାଯିବ। ଏଥିପାଇଁ ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇ ମାର୍ଚ୍ଚ ୨୭ରେ ନାମାଙ୍କନ ଦାଖଲର ଶେଷ ଦିନ ରହିଛି। ମାର୍ଚ୍ଚ ୨୮ ପ୍ରାର୍ଥୀପତ୍ର ଯାଞ୍ଚ ଓ ମାର୍ଚ୍ଚ ୩୦ରେ ପ୍ରତ୍ୟାହାରର ଶେଷ ଦିନ ଧାର୍ଯ୍ୟ ହୋଇଛି। ତାମିଲନାଡୁର ୩୯ଟି ଆସନ, ରାଜସ୍ଥାନର ୧୨ଟି ଆସନ, ମଧ୍ୟପ୍ରଦେଶର ୬ଟି ଆସନ, ଉତ୍ତରାଖଣ୍ଡ, ଆସାମ ଓ ମହାରାଷ୍ଟ୍ରର ୫ଟି ଲେଖାଏଁ ଆସନ, ପଶ୍ଚିମବଙ୍ଗର ୩ ଆସନ, ଅରୁଣାଚଳ ପ୍ରଦେଶ, ମଣିପୁର, ମେଘାଳୟର ୨ଟି ଲେଖାଏଁ ଆସନ ଏବଂ ବିହାରରେ ୪ଟି ଆସନରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ସେହିପରି ଛତିଶଗଡ, ମିଜୋରାମ, ନାଗାଲାଣ୍ଡ, ସିକ୍କିମ, ତ୍ରିପୁରା, ଆଣ୍ଡାମାନ୍‌‌ ନିକୋବର, ଜମ୍ମୁ-କାଶ୍ମୀର, ଲାକ୍ଷାଦ୍ୱୀପ ଓ ପୁଡୁଚେରୀର ଗୋଟିଏ ଲେଖାଏ ସିଟରେ ପଡିବ ଭୋଟ।

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories