www.samajalive.in
Friday, December 5, 2025
26.1 C
Bhubaneswar

ଭାରତରେ କରୋନା: ୨୧ ହଜାର ୩୯୩ ଆକ୍ରାନ୍ତ, ୬୮୧ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୨୧ ହଜାର ୩୯୩ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୬୮୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪୨୫୮ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟ ୧୬ ହଜାର ୪୫୪ ଜଣ ଏବେ ଚିକିତ୍ସାଧୀନ ଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଦେଶରେ ମହାରାଷ୍ଟ୍ର ସର୍ବାଧିକ କରୋନା ପ୍ରଭାବିତ ରାଜ୍ୟ ପାଲଟିଛି। ଏଠାରେ କରୋନା ଭୂତାଣୁ ଦ୍ବାରା ୫୬୪୯ ଜଣ ଆକ୍ରାନ୍ତ ହୋଇଥିବା ବେଳେ ସର୍ବାଧିକ ୨୬୯ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଗୁଜରାଟରେ ୨୪୦୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୧୦୩ ଜଣଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ଦିଲ୍ଲୀରେ ୨୨୪୮, ରାଜସ୍ଥାନରେ ୧୯୩୫, ତାମିଲନାଡୁରେ ୧୬୨୯, ମଧ୍ୟପ୍ରଦେଶରେ ୧୫୮୭, ଉତ୍ତରପ୍ରଦେଶରେ ୧୪୪୯, ତେଲେଙ୍ଗାନାରେ ୯୪୩, ଆନ୍ଧ୍ରପ୍ରଦେଶରେ ୮୧୩, ପଶ୍ଚିମବଙ୍ଗରେ ୪୫୬, କେରଳରେ ୪୩୭, କର୍ଣ୍ଣାଟକରେ ୪୨୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମଧ୍ୟପ୍ରଦେଶରେ ୮୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଦିଲ୍ଲୀରେ ୪୮ ଜଣ ପ୍ରାଣ ହରାଇଛନ୍ତି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories