www.samajalive.in
Sunday, December 7, 2025
26.1 C
Bhubaneswar

ମୁମ୍ବଇ: ଲଗାଣ ବର୍ଷାରେ କାନ୍ଥ ଭୁଶୁଡ଼ି ୨୨ ମୃତ

ପୁଣେ: ମହାରାଷ୍ଟ୍ରରେ ପ୍ରବଳ ବର୍ଷା ଯୋଗୁ କାନ୍ଥ ଭୁଶୁଡ଼ି ୨୨ ଜଣଙ୍କ ମୃତ୍ୟୁ ଘଟିଛି। ୩ଟି ଭିନ୍ନ ଭିନ୍ନ ସ୍ଥାନରେ ଏହି ଅଘଟଣ ଘଟିଛି। ଏଥିରେ ଅନ୍ୟ ୨୭ ଜଣ ଆହତ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ ଲାଗି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଘୋଷଣା କରିଛନ୍ତି।

ସୂଚନା ମୁତାବକ, ପ୍ରଥମ ଘଟଣା ମୁମ୍ବଇ ପୂର୍ବ ମଲାଡ ଅଞ୍ଚଳର ପିମ୍ପରିପାଡ଼ାରେ ପ୍ରବଳ ବର୍ଷା ଯୋଗୁ ସୋମବାର ବିଳମ୍ବିତ ରାତିରେ କାନ୍ଥ ଭୁଶୁଡ଼ି ପଡ଼ିବାରୁ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ଅନ୍ୟ ୧୨ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ନିକଟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନଡିଆରଏଫ ଏବଂ ଅଗ୍ନିଶମ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

- Advertisement -

ସେହିପରି ୨ୟ ଘଟଣାଟି ପୁଣେରେ ଘଟିଛି। ସୋମବାର ରାତି ପ୍ରାୟ ୧ଟା ୧୫ରେ ପୁଣେସ୍ଥିତ ଅମ୍ବେଗାଓଁରେ ଥିବା ସିଂହଗଡ଼ କଲେଜର ପାଚେରି ଭୁଶୁଡ଼ି ପଡ଼ିଥିଲା। କାନ୍ଥ ତଳେ ଚାପି ହୋଇ ୬ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୪ ଜଣ ଆହତ ହୋଇଛନ୍ତି। ଏନଡିଆରଏଫ ଟିମ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ପଠାଇଛି। ଅନ୍ୟପଟେ ୩ୟ ଘଟଣାଟି ମୁମ୍ବଇର କଲ୍ୟାଣ ଅଞ୍ଚଳରେ ଘଟିଛି। ଏଠାରେ ଥିବା ନ୍ୟାଶନାଲ ଉର୍ଦ୍ଦୁ ହାଇସ୍କୁଲର ପାଚେରି ଭୁଶୁଡ଼ି ପଡ଼ିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହିତ ଆହୁରି ୧୦ ଜଣ ଆହତ ହୋଇଛନ୍ତି। ପାଚେରି ନିକଟରେ ଏହି ଲୋକମାନେ କୁଡ଼ିଆ ଘର କରି ରହୁଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, ୩ଦିନ ତଳେ ପ୍ରବଳ ବର୍ଷା ଯୋଗୁ ପୁଣେର କାନ୍ଧୱା ଅଞ୍ଚଳରେ ଏକ ସୋସାଇଟିର ପାଚେରି ଭୁଶୁଡ଼ି ପଡ଼ିବାରୁ ୪ ଶିଶୁଙ୍କ ସମେତ ୧୫ ଜଣଙ୍କ ମୃତ୍ୟୁ ଘଟିଥିଲା।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories