www.samajalive.in
Tuesday, December 9, 2025
16.1 C
Bhubaneswar

ରାଜ୍ୟରେ ଆଉ ୨୨୮ ନୂଆ କରୋନା ସଂକ୍ରମିତ ଚିହ୍ନଟ; ୨ ମୃତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦୁଇଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଝାରସୁଗୁଡା ଏବଂ ନୂଆପଡା ଜିଲାର ଜଣେ ଲେଖାଏଁ ରହିଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୧୩୪ ଓ ସ୍ଥାନୀୟ ସଂକ୍ରମିତ ୯୪ ଜଣ ଅଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୩୫ ଜଣ ଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରାପ୍ତ ସୂଚନାରୁ ଜଣାଯାଇଛି । ଅନୁଗୁଳରେ ୨, ବାଲେଶ୍ୱର ୧, ବରଗଡ ୧, ଭଦ୍ରକ ୧, ବଲାଙ୍ଗିର ୩ ଓ କଟକରେ ୧୭ ଚିହ୍ନଟ ହୋଇଛନ୍ତି । ସେହିଭଳି ଢେଙ୍କାନାଳ ୧, ଗଞ୍ଜାମ ୫, ଜଗତସିଂହପୁର ୪, ଯାଜପୁର ୭, ଝାରସୁଗୁଡା ୩, କେନ୍ଦ୍ରାପଡା ୪, କେନ୍ଦୁଝର ୩, ଖୋର୍ଦ୍ଧାରେ ୯୬ ଜଣଙ୍କୁ ଚିହ୍ନଟ କରାଯାଇଛି । କୋରାପୁଟ ୨, ମୟୁରଭଞ୍ଜ ୨୧, ନବରଙ୍ଗପୁର ୧, ନୟାଗଡ ୨, ପୁରୀ ୧୦, ରୟାଗଡା ୩, ସମ୍ବଲପୁର ୧୧, ସୋନପୁର ୨, ସୁନ୍ଦରଗଡ ୫ ଓ ଷ୍ଟେଟପୁଲରୁ ୨୩ ଜଣ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ କରୋନାରୁ ୨୨୧ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ସଂପ୍ରତି ୨୩୩୮ ଜଣ ସକ୍ରିୟ କରୋନା ଆକ୍ରାନ୍ତ ରହିଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories