www.samajalive.in
Sunday, December 7, 2025
14.1 C
Bhubaneswar

ଝାରସୁଗୁଡ଼ାରେ ୨୧ରୁ ନୁହେଁ ୨୨ରୁ ଖୋଲିବ ବିଦ୍ୟାଳୟ

ଝାରସୁଗୁଡ଼ା :  ଝାରସୁଗୁଡ଼ା ଓ ସମ୍ବଲପୁର ଜିଲାରେ ଥିବା ସମସ୍ତ ବିଦ୍ୟାଳୟ ୨୧ ନୁହେଁ, ୨୨ରେ ଖୋଲିବ ବୋଲି ଜିଲାପାଳଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି। ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ୬ଟା ୩୦ରୁ ୧୦ଟା ମଧ୍ୟରେ ହେବ ପାଠପଢ଼ା। ୧୦ଟା ମଧ୍ୟରେ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ମିଳିବ । ୨୬ ତାରିଖ ଠାରୁ ନିୟମିତ ସମୟାନୁସାରେ ଚାଲିବ ବିଦ୍ୟାଳୟ ବୋଲି ସୂଚନା ମିଳିଛି। ପ୍ରକାଶ ଯେ, ୭ ଜିଲାରେ ସ୍କୁଲ ଖୋଲିବା ନିଷ୍ପତ୍ତି ଜିଲାପାଳଙ୍କୁ ପ୍ରଦାନ କରାଯାଇଛି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ ହେବ ନା ଛୁଟି ଘୋଷଣା କରାଯିବ ସେନେଇ ଜିଲାପାଳ ନିଷ୍ପତ୍ତି ନେବେ ବୋଲି ଗଣଶିକ୍ଷା ବିଭାଗ ବିଜ୍ଞପ୍ତି ଜାରି କରିଛି । ଏହି ୭ ଜିଲା ହେଉଛି ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, ସୋନପୁର ଓ ବଲାଙ୍ଗୀର । ଗତ ୧୯ ତାରିଖରେ ସମସ୍ତ ସ୍କୁଲ ଖୋଲିବାର ଥିଲା । ମାତ୍ର ପ୍ରବଳ ଖରା ହେଉଥିବାରୁ ୨୧ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଥିଲେ ରାଜ୍ୟ ସରକାର ।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories