www.samajalive.in
Saturday, December 13, 2025
21.1 C
Bhubaneswar

ନେପାଳରୁ ସୁରକ୍ଷିତ ସ୍ବଦେଶ ଫେରିଲେ ୨୩ ଜଣ ଓଡ଼ିଆ

ନୂଆଦିଲ୍ଲୀ: ନେପାଳରେ ଉପୁଜିଥିବା ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ୨୩ଜଣ ଓଡ଼ିଆ ଯାତ୍ରୀଙ୍କୁ ନେପାଳରୁ ଉଦ୍ଧାର କରି ଭାରତକୁ ଫେରାଇ ଅଣାଯାଇଛି। ଓଡ଼ିଶାରୁ ୨୩ଜଣ ଯାତ୍ରୀ ନେପାଳ ଭ୍ରମଣରେ ଯାଇଥିଲେ ଏବଂ ସାମ୍ପ୍ରତିକ ପରିସ୍ଥିତି କାରଣରୁ ଓଡ଼ିଆ ଯାତ୍ରୀମାନେ ନେପାଳରେ ଫସି ରହିଥିଲେ। ଉକ୍ତ ଘଟଣାଟି ସାମନାକୁ ଆସିବାର ୫ ଘଣ୍ଟା ସମୟ ମଧ୍ୟରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନସ୍ଥ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ, ଓଡ଼ିଶା ସରକାରଙ୍କ ନୂଆଦିଲ୍ଲୀ ସ୍ଥିତ ମୁଖ୍ୟ ଆବାସିକ ଆୟୁକ୍ତଙ୍କ କାର୍ଯ୍ୟାଳୟ, ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରାଳୟ, ନେପାଳ କାଠମାଣ୍ଡୁ ସ୍ଥିତ ଭାରତର ଦୂତାବାସ କାର୍ଯ୍ୟାଳୟ, ରୋମାନିଆ ପାଇଁ ରହିଥିବା ଭାରତର ରାଷ୍ଟ୍ରଦୂତ ଡ଼. ମନୋଜ କୁମାର ମହାପାତ୍ରଙ୍କ ମିଳିତ ସହଯୋଗରେ ନେପାଳରେ ଫସି ରହିଥିବା ୨୩ଜଣ ଓଡ଼ିଆ ଯାତ୍ରୀମାନଙ୍କୁ ନେପାଳରୁ ଭାରତକୁ ଫେରାଇ ଅଣାଯାଇଅଛି।

Hot this week

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories