www.samajalive.in
Sunday, December 7, 2025
26.1 C
Bhubaneswar

ବଡ଼ସାହିରେ ବିଜେଡ଼ିର ୨୩ତମ ପ୍ରତିଷ୍ଠା ଦିବସ ପାଳିତ

ବଡ଼ସାହି: ବିଜେଡି ଗୁରୁବାର ୨୩ ବର୍ଷରେ ପଦାର୍ପଣ କରିଛି। କିନ୍ତୁ ପରିଣତ ବୟସର ବିଚାର ଧାରାରେ ଦଳ ସମଗ୍ର ଦେଶରେ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିଛି ବୋଲି ମନ୍ତ୍ରୀ ସୁଦାମ ମାରାଣ୍ଡି କହିଛନ୍ତି। ମୟୁରଭଞ୍ଜ ଜିଲା ବଡ଼ସାହି ବ୍ଲକର ମାଣତ୍ରୀ ଶୈବପୀଠ ପ୍ରାଙ୍ଗଣରେ ଆଜି ବିଜେଡ଼ି ପକ୍ଷରୁ ନିର୍ବାଚନ ମଣ୍ଡଳୀସ୍ତରୀୟ ପ୍ରତିଷ୍ଠା ଦିବସ ପାଳନ ଅବସରରେ ମନ୍ତ୍ରୀ କହିଛନ୍ତି, ଓଡ଼ିଶାବାସୀଙ୍କ ଭଲପାଇବା ପାଇଁ ଦଳକୁ ୫ଥର ଶାସନ ଦାୟିତ୍ୱ ମିଳିଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବକୁ ବଜାୟ ରଖିବାକୁ କର୍ମୀ ଓ ଜନସାଧାରଣଙ୍କୁ ଆହ୍ବାନ କରିଛନ୍ତି। ବଡସାହି ବ୍ଲକ ସଭାପତି ପ୍ରକାଶ ଚନ୍ଦ୍ର ଦଳେଇଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ୟ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ବାଚସ୍ପତି ସାନନ୍ଦ ମାରାଣ୍ଡି, ପୂର୍ବତନ ମନ୍ତ୍ରୀ ଗୋଲକ ବିହାରୀ ନାଏକ, ପୂର୍ବତନ ବିଧାୟକ ଗଣେଶ୍ବର ପାତ୍ରଙ୍କ ସମେତ ନିର୍ବାଚନ ମଣ୍ଡଳୀର ଦଳୀୟ ନେତୃବୃନ୍ଦ ଯୋଗଦେଇ ସଙ୍ଗଠନ ସୁଦୃଢ଼ ପାଇଁ ନିଜର ମତ ରଖିଛନ୍ତି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories