www.samajalive.in
Tuesday, December 9, 2025
26.1 C
Bhubaneswar

୧୧ ମହିଳାଙ୍କ ସମେତ ୨୪ ମାଓବାଦୀଙ୍କ ଆତ୍ମସମର୍ପଣ

ସମାଜ ଡିଜିଟାଲ ଡେସ୍କ: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ପଶ୍ଚିମ ବସ୍ତର ଡିଭିଜନର ୨୪ ଜଣ ମାଓବାଦୀ। ଏମାନଙ୍କ ମଧ୍ୟରେ ୧୧ ଜଣ ମହିଳା ରହିଛନ୍ତି। ଜିଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏମାନେ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୧୪ ଜଣଙ୍କ ନାମରେ ୨୯ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା ହୋଇଥିଲା। ସଂଗଠନର ଅତ୍ୟାଚାରରେ ଅତିଷ୍ଠ ହେବାସହ ସରକାରଙ୍କ ଆତ୍ମସମର୍ପଣ ନୀତିରେ ପ୍ରଭାବିତ ହୋଇ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ମନ ବଳାଇଥିବା ସେମାନେ ପ୍ରକାଶ କରିଛନ୍ତି। ଆତ୍ମସମର୍ପଣ କରିଥିବା ସମସ୍ତ ୨୪ ଜଣଙ୍କୁ ସରକାରଙ୍କ ପକ୍ଷରୁ ୫୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

Related Articles

Popular Categories