ଭୁବନେଶ୍ୱର – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଶକ୍ତିଶାଳୀ ହେବ । ଆଗାମା ଦିନରେ ଏହା ଅବପାତରେ ପରଣିତ ହେବ । ଏହାର ପ୍ରଭାବରେ ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବ । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଅବପାତରେ ପରିଣତ ହେବ ।
ମଙ୍ଗଳବାରୁଠାରୁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ଅଛି । ଏହି ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ହେବା ଆଶଙ୍କା



