www.samajalive.in
Tuesday, December 9, 2025
16.1 C
Bhubaneswar

ରାଜ୍ୟରେ ୨୪୨ ନୂଆ କୋଭିଡ ସଂକ୍ରମିତ; ୩ ମୃତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୨ ଜଣ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହିତ ୩ ଜଣ କୋଭିଡ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଖୋର୍ଦ୍ଧାରୁ ୨ ଜଣ ଏବଂ ଗଞ୍ଜାମରେ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୧୪୧ ଓ ସ୍ଥାନୀୟ ସଂକ୍ରମିତ ୧୦୧ ଜଣ ରହିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୪୫ ଜଣ ରହିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ସୂତ୍ରରୁ ଜଣାଯାଇଛି । ଅନୁଗୁଳରୁ ୧, ବାଲେଶ୍ୱର ୭, ବରଗଡ ୬, ଭଦ୍ରକ ୨, କଟକ ୧୮ ଓ ଜଗତସିଂହପୁରରେ ୩ ଜଣ ଚିହ୍ନଟ ହୋଇଛନ୍ତି । ଯାଜପୁର ୫, ଝାରସୁଗୁଡା ୧, କଳାହାଣ୍ଡି ୧, କେନ୍ଦ୍ରାପଡା ୪, ଖୋର୍ଦ୍ଧା ୧୨୦, କୋରାପୁଟ ୨, ମାଲକାନଗିରି ୨ ଓ ମୟୁରଭଞ୍ଜରେ ୨୪ ଜଣଙ୍କୁ ଚିହ୍ନଟ କରାଯାଇଛି । ନୟାଗଡ ୨, ନୂଆପଡା ୧, ପୁରୀ ୪, ସମ୍ବଲପୁର ୭, ସୁନ୍ଦରଗଡ ୪ ଓ ଷ୍ଟେଟପୁଲରୁ ୨୮ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ ୩୫୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ସଂପ୍ରତି ୨୫୦୪ ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories