www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ ପ୍ରାଥମିକ ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ଅଧିକ ସୁଦୃଢ କରାଯିବ; ୫ ବର୍ଷରେ ଖର୍ଚ୍ଚ ହେବ ୨୪୫୪ କୋଟି

ଭୁବନେଶ୍ୱର: ରାଜ୍ୟରେ ପ୍ରାଥମିକ ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ଅଧିକ ସୁଦୃଢ କରାଯିବ। ଏଥିପାଇଁ ରାଜ୍ୟ ସରକାର ଏକ ବ୍ୟାପକ ଯୋଜନା କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି। ୧୫ଶ ଅର୍ଥ କମିଶନରଙ୍କ ସୁପାରିଶ ଅନୁସାରେ ୨୦୨୧ରୁ ୨୦୨୬ ମଧ୍ୟରେ ପ୍ରାୟ ୨୪୫୪ କୋଟି ଟଙ୍କା ବିନିଯୋଗରେ ଏହି ଭିତ୍ତିଭୂମି ଅଭିବୃଦ୍ଧି କାର୍ୟ୍ୟକ୍ରମ କରାଯିବ। ଏଥିସହିତ ରାଜ୍ୟର ସ୍ବାସ୍ଥ୍ୟସେବା ଭିତ୍ତିଭୂମିକୁ ଅଧିକ ସୁଦୃଢ କରି ଗ୍ରାମାଞ୍ଚଳ ଓ ସହରାଞ୍ଚଳର ପ୍ରାଥମିକ ଓ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ରୋଗ ନିର୍ଣ୍ଣୟ ପରୀକ୍ଷା ପାଇଁ ସୁବିଧା ପ୍ରଦାନ କରାଯିବ। ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏନେଇ ବିସ୍ତୃତ ଆଲୋଚନା ହୋଇଛି। ଆସନ୍ତା ଜୁଲାଇ ମାସ ଶେଷ ସୁଦ୍ଧା ପ୍ରାଥମିକ ସ୍ବାସ୍ଥ୍ୟସେବାର ଭିତ୍ତିଭୂମି ସମ୍ବନ୍ଧରେ କାର୍ୟ୍ୟଯୋଜନା ପ୍ରସ୍ତୁତ କରିବାକୁ  ନିର୍ଦ୍ଦେଶ ଦିଆଯାଇଥିବା ସମ୍ପର୍କରେ ରାଜ୍ୟ ସରକାରଙ୍କ ଟ୍ୱିଟ୍‍ ରେ କୁହାଯାଇଛି।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories