ଭୁବନେଶ୍ବର : ଜାମ୍ମୁ କାଶ୍ମୀରର ପୁଞ୍ଚରେ ଆତଙ୍କବାଦୀଙ୍କ ଆକ୍ରମଣରେ ସହିଦ ହୋଇଥିବା ଓଡ଼ିଆ ଯବାନ ଦେବାଶିଷ ବିଶ୍ବାଳଙ୍କ ଅମ୍ଳାନ ସ୍ମୃତି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏଥିସହିତ ସହିଦ୍ ଦେବାଶିଷଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୫ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ସହିଦ ଦେବାଶିଷ ବିଶ୍ବାଳଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ଏହି ଦାରୁଣ ଦୁଃଖକୁ ସହ୍ୟ କରିବା ପାଇଁ ଭଗବାନ ସେମାନଙ୍କୁ ଧୈର୍ଯ୍ୟ ଓ ସାହସ ଦିଅନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି।
Popular Categories



