www.samajalive.in
Saturday, December 6, 2025
14.1 C
Bhubaneswar

ରାଜ୍ୟରୁ ଆଉ ୨୫୧ କରୋନା ପଜିଟିଭ୍ ଚିହ୍ନଟ, ୭୩୧୬ରେ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବବେଶ୍ବର : ରାଜ୍ୟରୁ ଆଜି ଆଉ ୨୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବୁଧବାର ଚିହ୍ନଟ ହୋଇଥିବା ୨୫୧ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର ୩୧୬ରେ ପହଞ୍ଚିଛି। ଆଜି ଚିହ୍ନଟ ୨୫୧ ପଜିଟିଭ୍ ମଧ୍ୟରୁ  ୨୦୮ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଏବଂ ୪୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ବୁଧବାର ଚିହ୍ନଟ ହୋଇଥିବା ୨୫୧ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୧୦୨ ଜଣ ରହିଥିବା ବେଳେ, କଟକ ଜିଲାରୁ ୩୨, ଖୋର୍ଦ୍ଧାରୁ ୨୬, ପୁରୀରୁ ୧୨, ନୟାଗଡରୁ ୧୪, ମାଲକାନଗିରିରୁ ୧୦, ବରଗଡରୁ ୧୨, ସୁନ୍ଦରଗଡରୁ ୭, ମୟୁରଭଞ୍ଜରୁ ୫, ଗଜପତିରୁ ୬, ଝାରସୁଗୁଡାରୁ ୫, କେନ୍ଦ୍ରାପଡାରୁ ୪, ବଲଙ୍ଗୀରରୁ ୪, ଦେବଗଡରୁ ୪,ବାଲେଶ୍ବରରୁ ୨, ସମ୍ବଲପୁରରୁ ୨, ଅନୁଗୁଳ,ସୋନପୁର ଓ ଯାଜପୁର ଜିଲାରୁ ଜଣେ ଲେଖାଏଁ ଏବଂ ପଶ୍ଚିମବଙ୍ଗ ଯାଇଥିବା ଏନ୍‌ଡିଆର୍‌ଏଫ୍‌ ଏବଂ ଓଡ୍ରାଫ ବାହିନୀର ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

- Advertisement -


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨ ଲକ୍ଷ ୭୦ ହଜାର ୬୭୮ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୭୩୧୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ହଜାର ୧୮୯ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୫ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି ଏବଂ ୮ ଜଣ କରୋନା ଆକ୍ରାନ୍ତଙ୍କର ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ୨୦୯୪ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories