www.samajalive.in
Sunday, December 7, 2025
18.1 C
Bhubaneswar

ରାଜ୍ୟରେ ୨୫୨ ନୂଆ କରୋନା ରୋଗୀ; ୨ ମୃତ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ୨୫୨ ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ ୨ ଜଣଙ୍କର ପ୍ରାଣହାନି ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ଯାଜପୁର ଜିଲାର ଜଣେ ଲେଖାଏଁ ରହିଛନ୍ତି । ଚିହ୍ନଟ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୧୪୮ ଓ ସ୍ଥାନୀୟ ସଂକ୍ରମିତ ୧୦୪ ଜଣ । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୫୪ ଜଣ ଅଛନ୍ତି । ରାଜ୍ୟର ବାଲେଶ୍ୱର ଜିଲାରେ ୫, ଭଦ୍ରକ ୨, ବଲାଙ୍ଗିର ୫, ବଉଦ ୧, କଟକ ୧୯, ଢେଙ୍କାନାଳ ୩, ଗଞ୍ଜାମ ୧ ଓ ଜଗତସିଂହପୁରରେ ୩ ଜଣ ଚିହ୍ନଟ ହୋଇଛନ୍ତି । ଯାଜପୁରରେ ୮, ଝାରସୁଗୁଡା ୪, କେନ୍ଦ୍ରାପଡା ୩, କେନ୍ଦୁଝର ୧, ଖୋର୍ଦ୍ଧା ୧୧୩, ମୟୁରଭଞ୍ଜ ୮, ନୟାଗଡ ୨, ସମ୍ବଲପୁର ୧୩, ସୁନ୍ଦରଗଡ ୧୬ ଓ ଷ୍ଟେଟପୁଲରୁ ୨୭ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ ୧୮୬ ଜଣ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ ୧୦୩୮୬୯୫ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ସଂପ୍ରତି ୨୪୩୪ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି ।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories