www.samajalive.in
Thursday, December 11, 2025
23.1 C
Bhubaneswar

ରାଜ୍ୟରେ ବଢିଲା ସଂକ୍ରମଣ; ୨୫୫ ନୂଆ ଆକ୍ରାନ୍ତ, ୨ ମୃତ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କୋଭିଡ ସଂକ୍ରମଣରେ ପୁଣି ବୃଦ୍ଧି ପରିଲକ୍ଷିତ ହେବା ସହିତ ଗତ ୨୪ ଘଣ୍ଟା ମଧ୍ୟରେ ୨୫୫ ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ କଟକ ଓ ଖୋର୍ଦ୍ଧା ଜିଲାର ଜଣେ ଲେଖାଏଁ ଅନ୍ତର୍ଭୁକ୍ତ । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୧୫୨ ଏବଂ ସ୍ଥାନୀୟ ସଂକ୍ରମିତ ୧୦୩ ଜଣ ରହିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୫୪ ଜଣ ସଂକ୍ରମିତ ରହିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା ସୂଚନାରୁ ଜଣାଯାଇଛି ।

ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ୧୪, ଭଦ୍ରକ ୨, ବଲାଙ୍ଗିର ୨, କଟକ ୧୨, ଢେଙ୍କାନାଳ ୨, ଗଜପତି ୨, ଗଞ୍ଜାମ ୨, ଜଗତସିଂହପୁର ୧, ଯାଜପୁର ୧୬ ଓ ଝାରସୁଗୁଡାରୁ ୨ ଜଣ ରହିଛନ୍ତି । ସେହିଭଳି କେନ୍ଦ୍ରାପଡା ୪, କେନ୍ଦୁଝର ୧, ଖୋର୍ଦ୍ଧା ୧୦୬, ମୟୁରଭଞ୍ଜ ୨୨, ନୟାଗଡ ୧, ପୁରୀ ୪, ସମ୍ବଲପୁର ୧୯, ସୁନ୍ଦରଗଡ ୧୮ ଓ ଷ୍ଟେଟପୁଲରୁ ୨୫ ଜଣଙ୍କୁ ଚିହ୍ନଟ କରାଯାଇଛି । ଦିନକ ମଧ୍ୟରେ ୨୧୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସଂପ୍ରତି ରାଜ୍ୟରେ ୨୧୪୨ ଜଣ ସକ୍ରିୟ କରୋନା ସଂକ୍ରମିତ ରହିଥିବା ଜଣାଯାଇଛି ।

Hot this week

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

ଗୃହରୁ ମିଳିଥିବା ୧୬,୫୦୦ ଟଙ୍କା ନେବାକୁ ହାତ ଟେକିଲେ ୧୨ ସଦସ୍ୟ

ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ ଲଜ୍ଜାକର ଘଟଣା ଇସଲାମାବାଦ : ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ...

Related Articles

Popular Categories