www.samajalive.in
Saturday, December 6, 2025
23.1 C
Bhubaneswar

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ସମାଜ ଡିଜିଟାଲ ଡେସ୍କ : ବ୍ରହ୍ମପୁରରେ ପହଂଚି ବିଜୁ ପଟ୍ଟନାୟକ ଅଡିଟୋରିୟମରେ ଆୟୋଜିତ ୨୫ ତମ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହୋଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଉତ୍ସବରେ ସାମିଲ ହୋଇ ଛାତ୍ରଛାତ୍ରୀଙ୍କ ସହ ଫଟୋ ଉଠାଇଥିଲେ। ଉତ୍ସବରେ ସ୍ୱର୍ଣ୍ଣ ପଦକ ପାଇଥିବା ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଉଦବୋଧନ ଦେଇ ରାଷ୍ଟ୍ରପତି କହିଛନ୍ତି ୧୯୬୭ ମସିହାରେ ସ୍ଥାପିତ ବିଶ୍ୱବିଦ୍ୟାଳୟ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିଆସୁଛି। ବହ୍ମପୁରରୁ ବାହାରି ରାଷ୍ଟ୍ରପତି ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବେ। ରାଜଭବନରେ ମଧ୍ୟାହ୍ନ ଭୋଜନ କରିବା ପରେ ଅପରାହ୍ନ ୩ଟା ୫୦ରେ କଟକ ଇନଡୋର ଷ୍ଟାଡିୟମରେ ବ୍ରହ୍ମକୁମାରୀ ସ୍ୱର୍ଣ୍ଣ ଜୟନ୍ତୀ ସମାରୋହରେ ସାମିଲ ହେବେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories