www.samajalive.in
Saturday, December 6, 2025
14.1 C
Bhubaneswar

୪ ରାଜ୍ୟ, ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୨୭ ଆସନ ପାଇଁ କଂଗ୍ରେସର ପ୍ରାର୍ଥୀ ଘୋଷଣା

ନୂଆଦିଲ୍ଲୀ: ଲୋକ ସଭା ନିର୍ବାଚନ ଲାଗି କଂଗ୍ରେସ ଏହାର ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ୪ ରାଜ୍ୟ ଏବଂ ଗୋଯିଏ କେନ୍ଦ୍ରଶାସିତ ଅଞ୍ଚଳର ୨୭ ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଚୂଡ଼ାନ୍ତ କରାଯାଇଛି। ସେଥିମଧ୍ୟରୁ କେରଳର ୧୨ ଆସନ, ଉତ୍ତର ପ୍ରଦେଶର ୭, ଅରୁଣାଚଳ ପ୍ରଦେଶର ୨, ଛତିଶଗଡ଼ର ୫ ଏବଂ ଆଣ୍ଡାମାନ ଓ ନିକୋବରର ଗୋଟିଏ ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି।

ବର୍ତ୍ତମାନ ସୁଦ୍ଧା ଦଳ ପକ୍ଷରୁ ୪ଟି ପର୍ଯ୍ୟାୟରେ ୮୧ ପ୍ରାର୍ଥୀଙ୍କ ନାମ ଚୂଡ଼ାନ୍ତ କରାଯାଇଛି। ପ୍ରଥମ ତାଳିକାରେ ୧୫ ପ୍ରାର୍ଥୀଙ୍କ ନାମ ପ୍ରକାଶ ପାଇଥିଲା। ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଉତ୍ତରପ୍ରଦେଶର ରାଏ ବରେଲୀରୁ ପ୍ରାର୍ଥୀ ହୋଇଥିବାବେଳେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଆମେଠିରୁ ନିର୍ବାଚନ ଲଢ଼ିବା ନେଇ ଘୋଷଣା କରାଯାଇଥିଲା। ୨ୟ ତାଲିକାରେ ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟ ରାଜ ବବର ମୋରାଦାବାଦ ଆସନରୁ ଏବଂ ପୂର୍ବତନ ମନ୍ତ୍ରୀ ସୁଶୀଲ କୁମାର ସୋଲାପୁର ଆସନରୁ ଲଢ଼ିବେ ବୋଲି ସ୍ପଷ୍ଟ କରାଯାଇଥିଲା। ସେହିପରି ୩ୟ ତାଲିକାରେ ୧୮ ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଚୂଡ଼ାନ୍ତ ହୋଇଥିବାବେଳେ ମେଘାଳୟର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁକୁଲ ଏମ. ସାଙ୍ଗମା ସୁରୁ ଆସନରୁ ଏବଂ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭିନସେଣ୍ଟ ଏମ. ପାଲା ସିଲଂ ଆସନରୁ ନିର୍ବାଚନ ଲଢ଼ିବା ନେଇ ଘୋଷଣା କରାଯାଇଥିଲା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories