www.samajalive.in
Saturday, December 6, 2025
15.1 C
Bhubaneswar

୨୪ ଘଣ୍ଟାରେ ୯୯୮୫ ନୂଆ ସଂକ୍ରମିତ ଚିହ୍ନଟ, ୨୭୯ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ଭୂତାଣୁ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ବୁଧବାର ସକାଳ ସାଢ଼େ ୯ଟା ସୁଦ୍ଧା​‌ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୬ ହଜାର ୫୮୩ରେ ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟା ୭୭୪୫କୁ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୩୫ ହଜାର ୨୦୬ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୧ଲକ୍ଷ ୩୩ ଜହାର ୬୩୨ ଜଣ ଏବେ ଚିକିତ୍ସାଧୀନ ଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୯୮୫ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୨୭୯ ଜଣଙ୍କର ମୃତ୍ୟୁ ଘଟିଛି। ଦେଶରେ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ମହାରାଷ୍ଟ୍ର। ଏଠାରେ ସର୍ବାଧିକ ୯୦ ହଜାର ୭୮୭ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୩୨୮୯ ଜଣ ପ୍ରାଣ ହରାଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories