www.samajalive.in
Monday, December 8, 2025
24.1 C
Bhubaneswar

କରୋନା: ୧୧ ଜିଲାରୁ ୨୮ ମୃତ, ଦିନକରେ ସର୍ବାଧିକ

ଭୁବନେଶ୍ଵର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୮ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି, ଯାହା ବର୍ତ୍ତମାନ ସୁଦ୍ଧା ଗୋଟିଏ ଦିନରେ ସର୍ବାଧିକ। ଗତ ସୋମବାର ୨୨, ମଙ୍ଗଳବାର ୨୨, ବୁଧବାର ୨୧, ଗୁରୁବାର ୨୫, ଶୁକ୍ରବାର ୨୭ ଓ ଶନିବାର ୨୬ ଜଣ ପ୍ରାଣ ହରାଇବା ପରେ ଆଜି ରବିବାର ୧୧ ଜିଲାରୁ ୨୮ ଆକ୍ରାନ୍ତ ଆଖିବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୪୮୪ରେ ପହଞ୍ଚିଛି।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫ ଜଣ ରହିଛନ୍ତି। ସେହିପରି ସୁନ୍ଦରଗଡ଼ ଏବଂ କଳାହାଣ୍ଡି ଜିଲାରୁ ୪ ଜଣ ଲେଖାଏ ପ୍ରାଣ ହରାଇଛନ୍ତି। ଏହାବ୍ୟତୀତ ଅନୁଗୋଳ ଏବଂ କେନ୍ଦ୍ରାପଡ଼ା ଜିଲାରୁ ୩ ଜଣ ଲେଖାଏ, ରାୟଗଡ଼ା, ପୁରୀ ଓ ନବରଙ୍ଗପୁର ଜିଲାରୁ ୨ ଜଣ ଲେଖାଏ ଏବଂ ଗଜପତି, ଗଞ୍ଜାମ ଓ ନୂଆପଡ଼ା ଜିଲାରୁ ଜଣେ ଲେଖାଏ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ରବିବାର ତଥ୍ୟକୁ ମିଶାଇ ବର୍ତ୍ତମାନ ସୁଦ୍ଧା ଖୋର୍ଦ୍ଧା ଜିଲାରେ ମୋଟ ମୃତ୍ୟୁ ସଂଖ୍ୟା ୪୩୫କୁ ବୃଦ୍ଧି ପାଇଛି। ସେହିପରି ଅନୁଗୋଳ ଜିଲାରେ ୭୨, ଗଜପତି ଜିଲାରେ ୪୭, ଗଞ୍ଜାମରେ ୨୭୩, କଳାହାଣ୍ଡିରେ ୮୬, କେନ୍ଦ୍ରାପଡ଼ାରେ ୩୮, ନବରଙ୍ଗପୁରରେ ୧୯, ପୁରୀରେ ୧୫୧, ରାୟଗଡ଼ାରେ ୯୭ ଏବଂ ସୁନ୍ଦରଗଡ଼ରେ ୨୪୨ ଜଣଙ୍କ ପ୍ରାଣହାନୀ ଘଟିଲାଣି।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories