www.samajalive.in
Sunday, December 7, 2025
23.1 C
Bhubaneswar

ରବିବାର ରାଶିଫଳ (୨୮। ୬। ୨୦୨୦)

ମେଷ: ସତର୍କତାର ସହ କାର୍ଯ୍ୟ କରିବାକୁ ପଡ଼ିବ। ପ୍ରୀତି ଲାଭ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ମାନ୍ୟତା ମିଳିବ।

ବୃଷ: ଅଜାତଶତ୍ରୁ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ।

- Advertisement -

ମିଥୁନ: ସମ୍ମାନିତ ହେବେ। ବନ୍ଧୁ ମିଳନର ସୁଯୋଗ ଅଛି। ଉଦାର ସ୍ବଭାବର ହେବେ। କୃଷି-କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି।

କର୍କଟ: ମନ ପ୍ରସନ୍ନ ରହିବ। ଧର୍ମପରାୟଣ ହେବେ। ମଧୁରଭାଷୀ ଭାବେ ଜନାଦୃତ ହୋଇପାରନ୍ତି। ମେଳାପୀ ପ୍ରକୃତିର ଓ ସାହସୀ ହେବେ। ଭାଇମାନଙ୍କଠାରୁ ଆଦର, ଭକ୍ତି ଓ ସମ୍ମାନ ମିଳିବ। ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

ସିଂହ: ସ୍ବେଚ୍ଛାସେବୀ କାର୍ଯ୍ୟ ପାଇଁ ସମ୍ମାନିତ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ସପତ୍ନୀକ ବିଳାସ-ବ୍ୟସନ କରିପାରନ୍ତି। ମିତ୍ର ସୁଖ ମିଳିବ। ବ୍ୟବସାୟରୁ ଅଧିକ ଲାଭ ମିଳିପାରେ।

କନ୍ୟା: ହସ-ଖୁସିରେ ଆବଶ୍ୟକ ବ୍ୟୟ କରିପାରନ୍ତି। ଶାରୀରିକ ଶକ୍ତି ବୃଦ୍ଧି ପାଇବ। ଐଶ୍ବର୍ଯ୍ୟଯୁକ୍ତ ହେବେ। ମାଲି-ମୋକଦ୍ଦମାରେ ବିଜୟୀ ହେବେ। ଅର୍ଥ ଓ ଉତ୍ତମଭୋଜନ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ତୁଳା: ମନ ଫୁର୍ତ୍ତି ରହିବ। ସମ୍ମାନିତ ହେବେ। ବ୍ୟୟ ପରିମାଣ ବୃଦ୍ଧି ପାଇବ। କର୍ମ ଚଞ୍ଚଳ ରହିବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିବେ।

ବିଛା: ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ବିଭାଗୀୟ ସ୍ତରରେ ସମ୍ମାନିତ ହେବେ। ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ। ଗୃହ ଓ ଯାନବାହନ ସୁଖ ମିଳିବ। ବ୍ୟବସାୟ ଲାଭଜନକ ହେବ।

ଧନୁ: ଆୟ ଆଶାନୁରୂପ ହେବ। ମନପ୍ରସନ୍ନ ରହିବ। କୁଳ ଉଳକାରୀ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଦୟାଳୁ ପ୍ରକୃତିର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ-ଶ୍ରଦ୍ଧା ରହିବ।

ମକର: କାର୍ଯ୍ୟରେ ସିଦ୍ଧିପ୍ରାପ୍ତ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ-ବିଳାସ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌​‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସନ୍ତାନ ସୁଖ ମିଳିବ।

କୁମ୍ଭ: କର୍ମଚଞ୍ଚଳ ରହିବେ। ସ୍ବାଭିମାନୀ ହୋଇପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ବିଦ୍ୟାର୍ଜନରେ ପାରଙ୍ଗମ ହେବେ। ଦ୍ରବ୍ୟ ଲାଭର ସୂଚନା ମିଳୁଛି। ସତର୍କତାର ଦିନ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଜଳଯାତ୍ରା ନିଷେଧ।

ମୀନ: ଆତ୍ମ ସମ୍ମାନକୁ ଜଳାଞ୍ଚଳି ଦେଇ କାର୍ଯ୍ୟ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାପ୍ରତି ମନ ବଳାଇ ପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବନ୍ଧୁ ସହାୟତା ପାଇବେ। ପତ୍ନୀଙ୍କ ପରାମର୍ଶରେ ଚଳିବେ।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories