www.samajalive.in
Sunday, December 7, 2025
16.1 C
Bhubaneswar

ଯମୁନା ଏକ୍ସପ୍ରେସ ୱେ ପୋଲରୁ ବସ୍‌ ଖସି ୨୯ ଯାତ୍ରୀ ମୃତ

ଲକ୍ଷ୍ମୌ: ଉତ୍ତରପ୍ରଦେଶର ଆଗ୍ରା ନିକଟରେ ସୋମବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଲକ୍ଷ୍ମୌରୁ ଦିଲ୍ଲୀ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ଯମୁନା ଏକ୍ସପ୍ରେସ୍‌ ୱେର ପୋଲରୁ ଏକ କେନାଲକୁ ଖସିପଡ଼ିବାରୁ ୨୯ ଜଣଙ୍କ ମୃତ୍ୟୁ ଘଟିଛି। ଆଗ୍ରାର ଏତମାଦପୁରଠାରେ ଏହି ଦୁର୍ଘଟଣା ଘଟିଥିବା ଆଗ୍ରା ଏସପି ବବଲୁ କୁମାର କହିଛନ୍ତି।

ଜିଲା ମାଜିଷ୍ଟ୍ରେଟ୍‌ ରବି କୁମାର କହିଛନ୍ତି, ପାଖାପାଖି ୧୭ ଜଣ ଏହି ଦୁର୍ଘଟଣାରେ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉତ୍ତର ପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ ବସ୍‌ରେ ୪୪ ଯାତ୍ରୀ ଲକ୍ଷ୍ମୌରୁ ଦିଲ୍ଲୀ ଯାଉଥିଲେ। ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡ଼ି ନ ଥିଲେ ମଧ୍ୟ ବସ୍‌ଟି ଭାରସାମ୍ୟ ହରାଇଥିବା ଅଥବା ଷ୍ଟିୟରିଂ ଜାମ୍‌ ହୋଇଯିବାରୁ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସନ୍ଦେହ କରାଯାଉଛି।

- Advertisement -

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁର୍ଘଟଣା ପାଇଁ ଦୁଃଖପ୍ରକାଶ କରିବା ସହିତ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଆହତମାନଙ୍କୁ ଉପଯୁକ୍ତ ଚକିତ୍ସା ଯୋଗାଇଦେବା ଲାଗି ସେ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଛନ୍ତି। ଏଥିସହ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଯୋଗାଇଦେବା ଲାଗି ରାଜ୍ୟ ସଡ଼କ ପରିବହନ ନିଗମ ପକ୍ଷରୁ ଘୋଷଣା କରାଯାଇଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories