www.samajalive.in
Sunday, December 14, 2025
14.1 C
Bhubaneswar

ବଜ୍ରପାତରେ ସ୍ବାମୀ-ସ୍ତ୍ରୀ ଗୁରୁତର

କଳାହାଣ୍ଡି : କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ମାନଝରୀ ଗ୍ରାମରେ ବୁଧବାର ଦିନ ୩ ଘଣ୍ଟା ସମୟରେ ବଜ୍ରାଘାତରେ ସ୍ବାମୀ-ସ୍ତ୍ରୀ ଗୁରୁତର ହୋଇଥିବା ଜଣାପଡିଛି। ସୂଚନା ମୁତାବକ, ସ୍ବାମୀ ସହଦେବ କେତକୀ(୪୫) ଓ ତାର ସ୍ତ୍ରୀ ପୁଷ୍ପା କେତକୀ(୩୯) ବୁଧବାର ଦିନ ୩ ଘଣ୍ଟା ସମୟରେ ନିକଟସ୍ଥ ଜମିରେ କାମ କରୁଥିବା ସମୟରେ ହଠାତ୍ ବର୍ଷା ସହ ବଜ୍ରପାତ ହୋଇଥିଲା। ବଜ୍ରାଘାତରେ ସହଦେବ ଓ ତାର ସ୍ତ୍ରୀ ପୁଷ୍ପା ଗୁରୁତର ହୋଇଥିଲେ । ତୁରନ୍ତ ଗ୍ରାମବାସୀ ଓ ତାର ପରିବାର ସଦସ୍ୟମାନେ ସ୍ବାମୀ ଓ ସ୍ତ୍ରୀ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ଧର୍ମଗଡ ଉପଖଣ୍ଡ ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ ।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories