www.samajalive.in
Tuesday, December 9, 2025
16.1 C
Bhubaneswar

ପ୍ରବାସୀଙ୍କୁ ୨ ମାସ ମାଗଣା ଚାଉଳ

ଭୁବନେଶ୍ବର: କରୋନା ପରିପ୍ରେକ୍ଷୀରେ ବିଭିନ୍ନ ରାଜ୍ୟରୁ ପ୍ରବାସୀ ଓଡ଼ିଆମାନେ ଓଡ଼ିଶା ଆସୁଛନ୍ତି। ସେମାନଙ୍କ ଖାଦ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ଦୁଇମାସ ପାଇଁ ମୁଣ୍ଡ ପିଛା ୫ କେଜି ଲେଖାଏଁ ଚାଉଳ ବିନାମୂଲ୍ୟରେ ଦିଆଯିବ। ଏ ନେଇ କେନ୍ଦ୍ର ଖାଦ୍ୟ ଓ ଖାଉଟି ବ୍ୟାପାର ମନ୍ତ୍ରୀ ରାମବିଳାସ ପାଶ୍ୱାନ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ସହିତ ଟେଲିଫୋନ ଯୋଗେ ଆଲୋଚନା କରିଛନ୍ତି। ପୂର୍ବରୁ ଏପ୍ରିଲ ୧୩ ତାରିଖ ଦିନ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପାଶ୍ବାନ ଭିଡିଓ କନଫରେନ୍ସ ମାଧ୍ୟମରେ ବିଭିନ୍ନ ରାଜ୍ୟର ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସହତି ଆଲୋଚନା କରିଥିଲେ।

ଆଲୋଚନା ବେଳେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଲକ ଡାଉନ ସମୟରେ ବାହାର ରାଜ୍ୟରେ ଅଟକି ରହିଥିବା ପ୍ରବାସୀନଙ୍କୁ ତିନିମାସ ପାଇଁ ଖାଦ୍ୟ ସୁରକ୍ଷା ବ୍ୟବସ୍ଥାରେ ସାମିଲ କରିବା ପାଇଁ ଦାବି କରିଥିଲେ। କେନ୍ଦ୍ର ସରକାର ଏହି ସମସ୍ୟାକୁ ଗୁରୁତ୍ବ ଦେଇ ସେମାନଙ୍କ ନିମନ୍ତେ ବିନାମୂଲ୍ୟରେ ଦୁଇମାସ ନିମନ୍ତେ ଖାଦ୍ୟ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଥିବାରୁ ମନ୍ତ୍ରୀ ଶ୍ରୀ ସ୍ୱାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories