www.samajalive.in
Monday, December 8, 2025
27.1 C
Bhubaneswar

ଭୁବନେଶ୍ବର-ଜୟପୁର ଦ୍ବିତୀୟ ବିମାନ ସେବା ଆରମ୍ଭ

ଭୁବନେଶ୍ବର : ଭୁବନେଶ୍ୱରରୁ କୋରାପୁଟର ଜୟପୁରକୁ ଦ୍ୱିତୀୟ ବିମାନ ସୋମବାର ଉଡାଣ ଆରମ୍ଭ କରିଛି। ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଉଡ଼ାଣ ଭରିଥିବା ଇଣ୍ଡିଆଓ୍ବାନ୍ ଏୟାର ବିମାନଟି ଜୟପୁରରେ ପହଞ୍ଚିଛି। ସକାଳ ୭ଟା ୧୦ରେ ଭୁବନେଶ୍ବରରୁ ଉଡ଼ାଣ ଭରି ୮ଟା ୪୫ରେ ଜୟପୁର ବିମାନବନ୍ଦରରେ ଅବତରଣ କରିଛି। ସେହିପରି ଜୟପୁରରୁ ସକାଳ ୯ଟାରେ ବାହାରି ଭୁବନେଶ୍ବରରେ ୧୦ଟା ୩୫ରେ ପହଞ୍ଚିବାର ସୂଚନା ରହିଛି। ଏହି ବିମାନ ସପ୍ତାହକୁ ଦୁଇ ଦିନ ଅର୍ଥାତ୍ ସୋମବାର ଓ ଶୁକ୍ରବାର ଇଣ୍ଡିଆ ୱାନ୍ ପକ୍ଷରୁ ଚଳାଚଳ କରିବ। ଏଥିରେ ୯ ଜଣ ଯାତ୍ରୀ ଯାତ୍ରା କରିବାର ବ୍ୟବସ୍ଥା ରହିଛି। ଏହି ବିମାନ ସେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି।

ସୂଚନାଯୋଗ୍ୟ, ଗତବର୍ଷ ଅକ୍ଟୋବର ୩୧ ତାରିଖରେ ଭୁବନେଶ୍ବରରୁ ଜୟପୁରକୁ ପ୍ରଥମ ବିମାନ ସେବା ଆରମ୍ଭ ହୋଇଥିଲା।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories