www.samajalive.in
Sunday, December 14, 2025
19.1 C
Bhubaneswar

ବୁଧବାର ଜମ୍ମୁ-କଶ୍ମୀରରେ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ, ପ୍ରସ୍ତୁତି ଚୂଡାନ୍ତ

ଡେସ୍କ: ଆସନ୍ତାକାଲି (ବୁଧବାର) ଜମ୍ମୁ-କଶ୍ମୀରରେ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ ୨୬ଟି ଆସନରେ ମତଦାନ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସମୁଦାୟ ୩ ହଜାର ୫୦୨ଟି ମତଦାନ କେନ୍ଦ୍ର ସ୍ଥାପନ କରାଯାଇଛି। ସେଥିମଧ୍ୟରୁ ସହରାଞ୍ଚଳରେ ୧ ହଜାର ୫୬ ଓ ଗ୍ରାମାଞ୍ଚଳରେ ୨ ହଜାର ୪୪୬ଟି ମତଦାନ କେନ୍ଦ୍ର ରହିଛି। ଆଜି ୧୩ ହଜାରରୁ ଅଧିକ ପୋଲିଂ କର୍ମଚାରୀ ମତଦାନ କେନ୍ଦ୍ରରେ ପହଞ୍ଚିଥିବା ଜଣାପଡିଛି। ଅଧିକରୁ ଅଧିକ ଭୋଟର ଯେପରି ନିଜର ମତାଧିକାର ସାବ୍ୟସ୍ତ କରିବେ ସେଥିପାଇଁ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ନିର୍ବାଚନରେ ସ୍ୱଚ୍ଛତା ସୁନିଶ୍ଚିତ କରିବା ପାଇଁ ନିର୍ବାଚନ ଆୟୋଗ ୱେବକାଷ୍ଟିଂ ସୁବିଧା କରିଛନ୍ତି। ମତଦାନ ପରେ ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍ ସ୍ଥାନରେ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଛି, ସେଗୁଡ଼ିକ ଉପରେ ୨୪ ଘଣ୍ଟିଆ ଡିଜିଟାଲ୍ ନଜର ରଖାଯିବ।

ଜମ୍ମୁ-କଶ୍ମୀରରେ ୩ଟି ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ହେଉଛି। ପ୍ରଥମ ପର୍ଯ୍ୟାୟରେ ଚଳିତ ମାସ ୧୮ ତାରିଖରେ୨୪ଟି ଆସନରେ ମତଦାନ ହୋଇଥିଲା। ତୃତୀୟ ପର୍ଯ୍ୟାୟରେ ଅକ୍ଟୋବର ପହିଲାରେ ୪୦ଟି ଆସନରେ ମତଦାନ ହେବ। ଅକ୍ଟୋବର ୮ତାରିଖରେ ଭୋଟ୍ ଗଣତି ହେବ।

Hot this week

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

Related Articles

Popular Categories