www.samajalive.in
Thursday, December 11, 2025
23.1 C
Bhubaneswar

ସମ ହସ୍ପିଟାଲରେ କୋଭାକ୍‌ସିନ୍‌ର ଦ୍ବିତୀୟ ପର୍ଯ୍ୟାୟ ପରୀକ୍ଷଣ

ଭୁବନେଶ୍ୱର : ଭାରତର ନିଜସ୍ୱ କୋଭିଡ-୧୯ ଟିକା କୋଭାକସିନ୍‌ର ଦ୍ବିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଖୁବ ଶୀଘ୍ର ସମ ହସ୍ପିଟାଲରେ ଆରମ୍ଭ ହେବ। ଶିକ୍ଷା ଓ ଅନୁସନ୍ଧାନ ଡିମଡ୍ ବିଶ୍ୱବିଦ୍ୟାଳୟ ପରିଚାଳିତ ଆଇଏମଏସ ଓ ସମ ହସ୍ପିଟାଲରେ ଏନେଇ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ସମ୍‌ ହସ୍ପିଟାଲ ପକ୍ଷରୁ କୁହାଯାଇଛି ଯେ କୋଭାକ୍‌ସିନ୍‌ର ପ୍ରଥମ ପର୍ଯ୍ୟାୟ ପରୀକ୍ଷଣ ପ୍ରକ୍ରିୟା ଜାରି ରହିଥିବାବେଳେ ଦ୍ବିତୀୟ ପର୍ଯ୍ୟାୟ ପରୀକ୍ଷଣ ଆରମ୍ଭ ନିମନ୍ତେ ପ୍ରସ୍ତୁତି ଜାରି ରହିଛି ବୋଲି ଏହି ପରୀକ୍ଷଣର ମୁଖ୍ୟ ପରୀକ୍ଷକ ତଥା ଆଇଏମଏସ ଆଣ୍ଡ ସମ ହସ୍ପିଟାଲର କମ୍ୟୁନିଟି ମେଡ଼ିସିନ ବିଭାଗର ପ୍ରଫେସର ଡାକ୍ତର ଇ. ଭେଙ୍କଟ ରାଓ ସୂଚନା ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟ ପରୀକ୍ଷଣରେ ସ୍ବେଚ୍ଛାସେବୀମାନଙ୍କ ଶରୀରରେ କୌଣସି ପାର୍ଶ୍ୱ ପ୍ରତିକ୍ରିୟା ଦେଖା ଦେଇ ନ ଥିବା ଡାକ୍ତର ରାଓ ସୂଚନା ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟ ଟିକା ନେଇଥିବା ସ୍ବେଚ୍ଛାସେବୀଙ୍କ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ସୃଷ୍ଟି ହୋଇଛି କି ନାହିଁ ତଥା କେତେ ପରିମାଣରେ ରୋଗ ପ୍ରତିରୋଧକ ଶକ୍ତି ସୃଷ୍ଟି ହୋଇଛି, ଏ ସମ୍ପର୍କରେ ଜାଣିବାକୁ ରକ୍ତ ନମୁନା ସଂଗ୍ରହ କରାଯାଇଛି।
ଭାରତ ବାୟୋଟେକ ଏବଂ ଇଣ୍ଡିଆନ କାଉନସିଲ ଫର ମେଡିକାଲ ରିସର୍ଚ୍ଚର ମିଳିତ ସହଯୋଗରେ ଏହି ଟିକା ପ୍ରସ୍ତୁତି ଚାଲିଥିବାବେଳେ ଟିକା ପରୀକ୍ଷଣ ପାଇଁ ଦେଶର ୧୨ଟି ଅନୁଷ୍ଠାନକୁ ମନୋନୀତ କରାଯାଇଛି। ରାଜ୍ୟର ଏକମାତ୍ର ଅନୁଷ୍ଠାନ ଭାବେ ସମ ହସ୍ପିଟାଲକୁ ମାନବ ପରୀକ୍ଷଣ ନିମନ୍ତେ ଅନୁମତି ମିଳିଛି। ଦ୍ବିତୀୟ ପର୍ଯ୍ୟାୟ ପରୀକ୍ଷଣ ସଫଳ ହେଲେ କରୋନା ବିରୋଧୀ ଲଢେଇରେ ଏହା ପ୍ରମୁଖ ଅସ୍ତ୍ର ସାଜିବ ବୋଲି ଆଶା କରାଯାଉଛି।

Hot this week

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

Related Articles

Popular Categories