www.samajalive.in
Monday, December 8, 2025
20.1 C
Bhubaneswar

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ବୁଥ୍ ଅଭିମୁଖେ ପୁଲିଂ ପାର୍ଟି

ଭୁବନେଶ୍ବର : ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ଗୁରୁବାର ମତଦାନ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରାୟ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବୁଧବାର ସନ୍ଧ୍ୟାରୁ ପୁଲିଂ ପାର୍ଟି ସମସ୍ତ ନିର୍ବାଚନ ସାମଗ୍ରୀ ଧରି ମତଦାନ କେନ୍ଦ୍ର ଅଭିମୁଖେ ବାହାରିଛନ୍ତି। କେତେକ ପୁଲିଂ ପାର୍ଟି ବୁଥରେ ପହଞ୍ଚି ସାରିଲେଣି।

ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସିକା ଲୋକସଭା ଏବଂ ଏହି ସମସ୍ତ ଲୋକସଭା ଅନ୍ତର୍ଗତ ୩୫ଟି ବିଧାନସଭା ଆସନର ୯,୧୧୭ଟି ବୁଥରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯିବ। ବରଗଡ଼ ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା ବିଧାନସଭା ଆସନରେ ଗୁରୁବାର ମତଦାନ କରାଯିବ। ସେହିପରି ସୁନ୍ଦରଗଡ଼ ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପଲ୍ଲୀ, ରାଉରକେଲା, ରାଜଗାଙ୍ଗପୁର ଏବଂ ବଣାଇ ବିଧାନସଭା ଆସନରେ ଗୁରୁବାର ମତଦାନ କରାଯିବ। ଅନ୍ୟପକ୍ଷରେ ବଲାଙ୍ଗୀର ସଂସଦୀୟ କ୍ଷେତ୍ର ଓ ଏହା ଅଧୀନସ୍ଥ ବୀରମହାରାଜପୁର, ସୁବର୍ଣ୍ଣପୁର, ଲୋଇସିଂହା, ପାଟଣାଗଡ, ବଲାଙ୍ଗୀର, ଟିଟିଲାଗଡ ଓ କଣ୍ଟାବାଞ୍ଝି ବିଧାନସଭା ଆସନରେ ମଧ୍ୟ ସେହିଦିନ ଭୋଟଗ୍ରହଣ କରାଯିବ। ସେହିପରି କନ୍ଧମାଳ ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ବାଲିଗୁଡା, ଜି.ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ ଓ ଦଶପଲ୍ଲା ବିଧାନସଭା ନିର୍ବାଚନ ମଣ୍ଡଳୀରେ ମଧ୍ୟ ଗୁରୁବାର ମତଦାନ ହେବ। ଗଞ୍ଜାମର  ଆସିକା ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ଭଞ୍ଜନଗର, ପୋଲସରା, କବିସୂର୍ଯ୍ୟନଗର, ଖଲିକୋଟ, ଆସିକା, ସୋରଡ଼ା, ସାନଖେମୁଣ୍ଡି ଏବଂ ହିଞ୍ଜିଳିରେ ୧୮ ତାରିଖ ଦିନ ମତଦାନ ଗ୍ରହଣ କରାଯିବ।

- Advertisement -

ଏହି ପର୍ଯ୍ୟାୟ ନିର୍ବାଚନ ପାଇଁ ୩୯, ୪୫, ୦୨୫ ପୁରୁଷ, ୩୭,୪୭,୪୯୩ ମହିଳା ଏବଂ ୬୦୫ ଜଣ ତୃତୀୟ ଲିଙ୍ଗର ଭୋଟରଙ୍କୁ ମିଶାଇ ମୋଟ ୭୬ ଲକ୍ଷ ୯୩ ହଜାର ୧୨୩ ମତଦାତା ଅଛନ୍ତି।
ଦ୍ୱିତୀୟ ପର୍ଯ୍ୟାୟରେ ୫ଟି ଲୋକସଭା ପାଇଁ ୩୫ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ବିତା କରୁଛନ୍ତି। ସେମାନଙ୍କ ମଧ୍ୟରେ ୩୦ ପୁରୁଷ ଏବଂ ୫ ମହିଳା ପ୍ରାର୍ଥୀ ଅଛନ୍ତି। ପ୍ରାର୍ଥୀଙ୍କ ମଧ୍ୟରେ ୧୪ ଜଣ ଜାତୀୟ, ୫ ଜଣ ରାଜ୍ୟସ୍ତରୀୟ ଦଳର ହୋଇଥିବା ବେଳେ ୯ ଜଣ ଅନ୍ୟାନ୍ୟ ଦଳ ଏବଂ ୭ ଜଣ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ୁଛନ୍ତି। ସେହିପରି ୩୫ଟି ବିଧାନସଭା ଆସନ ପାଇଁ ୨୪୪ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ବିତା କରୁଛନ୍ତି। ସେମାନଙ୍କ ମଧ୍ୟରେ ୨୧୯ ପୁରୁଷ ଓ ୨୫ ମହିଳା ପ୍ରାର୍ଥୀ ଅଛନ୍ତି। ପ୍ରାର୍ଥୀଙ୍କ ମଧ୍ୟରେ ୯୭ ଜଣ ଜାତୀୟ, ୩୫ ଜଣ ରାଜ୍ୟସ୍ତରୀୟ ଦଳର ହୋଇଥିବା ବେଳେ ୪୨ ଜଣ ଅନ୍ୟାନ୍ୟ ଦଳର ଏବଂ ୭୦ ଜଣ ସ୍ବାଧୀନ ପ୍ରାର୍ଥୀ ଅଛନ୍ତି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories