ଭୁବନେଶ୍ବର : ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟରେ ପ୍ରଚାର ଅଭିଯାନ ଚରମ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟ ପାଇଁ ମଧ୍ୟ ଜୋରଦାର ପ୍ରଚାର ଜାରି ରହିଛି।
ତେବେ ଆସନ୍ତା ୧୮ ତାରିଖରେ ଅନୁଷ୍ଠିତ ହେବାକୁଥିବା ଏହି ପର୍ଯ୍ୟାୟ ନିର୍ବାଚନ ପାଇଁ ୫ଟି ଲୋକସଭା ଆସନ ନିମନ୍ତେ ୩୫ ଜଣ ଏବଂ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନ ପାଇଁ ୨୪୪ ଜଣ ପ୍ରାର୍ଥୀ ନିର୍ବାଚନ ମୈଦାନରେ ଅଛନ୍ତି।
ଏହି ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନ ପାଇଁ ମତଦାନ ହେବ। ମୋଟ ୯୧୧୭ଟି ବୁଥରେ ୩୯୪୫୦୨୫ ପୁରୁଷ, ୩୭୪୭୪୯୩ ମହିଳା ଭୋଟର ଏବଂ ୬୦୫ ଜଣ ତୃତୀୟ ଲିଙ୍ଗ ଭୋଟରଙ୍କୁ ମିଶାଇ ବୋଟ ୭୬ ଲକ୍ଷ, ୯୩ ହଜାର୧୨୩ ଜଣ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ।



