www.samajalive.in
Sunday, December 7, 2025
15.1 C
Bhubaneswar

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ମଙ୍ଗଳବାର ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ

ନୂଆଦିଲ୍ଲୀ : ଅପ୍ରେଲ ୧୮ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଲାଗି ମଙ୍ଗଳବାର ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ। ଏହି ପର୍ଯ୍ୟାୟରେ ୧୩ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୭ଟି ନିର୍ବାଚନ ମଣ୍ଡଳୀରେ ମତଦାନ ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ତାମିଲନାଡୁର ସମସ୍ତ ୩୯ଟି ଲୋକସଭା ଆସନ ଲାଗି ଭୋଟ୍‍ ଗ୍ରହଣ କରାଯିବ। ସେହିଭଳି କର୍ଣ୍ଣାଟକର ୧୪ଟି, ମହାରାଷ୍ଟ୍ରର ୧୦ଟି, ଉତ୍ତରପ୍ରଦେଶର ୮ଟି, ଆସାମ, ବିହାର ଏବଂ ଓଡ଼ିଶାର ୫ଟି ଲେଖାଏଁ, ଛତିଶଗଡ଼ ଓ ପଶ୍ଚିମବଙ୍ଗର ୩ଟି ଲେଖାଏଁ, ଜାମ୍ମୁ କାଶ୍ମୀରର ୨ଟି ଏବଂ ମଣିପୁର, ତ୍ରିପୁରା ଓ ପୁଡୁଚେରୀର ଗୋଟିଏ ଲେଖାଏଁ ଲୋକସଭା ଆସନ ଲାଗି ଏହି ଭୋଟ୍‍ ଗ୍ରହଣ କରାଯିବ।
୨୭ ତାରିଖ ଦିନ ପ୍ରାର୍ଥୀପତ୍ରଗୁଡ଼ିକୁ ଯାଞ୍ଚ କରାଯିବ ଏବଂ ୨୯ ତାରିଖ ସୁଦ୍ଧା ମନୋନୟନପତ୍ର ପ୍ରତ୍ୟାହାର କରାଯାଇ ପାରିବ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories