www.samajalive.in
Tuesday, December 9, 2025
15.1 C
Bhubaneswar

ଜିଓ ଓ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଆର୍ଥିକ ଫଳାଫଳ ଘୋଷଣା

ଜିଓ ପ୍ଲାଟଫର୍ମସ୍‌ର ତ୍ରୟମାସ ନିଟ୍ ଲାଭ ୨୩.୫% ବୃଦ୍ଧି
ମୁମ୍ବଇ: ଚଳିତ ଆର୍ଥିକ ବର୍ଷ (୨୦୨୧-୨୨)ର ଦ୍ୱିତୀୟ ତ୍ରୟମାସରେ (ଜୁଲାଇ-ସେପ୍ଟେମ୍ବର) ଜିଓ ପ୍ଲାଟଫର୍ମସ୍‌ର ନିଟ୍ ଲାଭ ୨୩.୫ ପ୍ରତିଶତ ବୃଦ୍ଧି ପାଇ ୩,୭୨୮ କୋଟି ଟଙ୍କା ହୋଇଥିବା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ପକ୍ଷରୁ ଘୋଷଣା କରାଯାଇଛି । ୨୦୨୧ର ଜୁଲାଇ-ସେପ୍ଟେମ୍ବର ତ୍ରୟମାସରେ ଜିଓ ପ୍ଲାଟଫର୍ମସ୍‌ର ମୋଟ ରାଜସ୍ୱ ୧୫.୨ ପ୍ରତିଶତ ବୃଦ୍ଧି ପାଇ ୨୩,୨୨୨ କୋଟି ଟଙ୍କା ହୋଇଛି । ଏହି ଅବଧିରେ କମ୍ପାନୀର ଗ୍ରାହକ ପ୍ରତି ରାଜସ୍ୱ ୩.୭ ପ୍ରତିଶତ ବୃଦ୍ଧି ପାଇ ଗ୍ରାହକ ପିଛା ମାସିକ ୧୪୩.୬ ଟଙ୍କାରେ ପହଁଚିଛି । ଏହି ତ୍ରୟମାସରେ ଜିଓ ନେଟୱର୍କରେ ଗ୍ରାହକ ପିଛା ମାସିକ ହାରାହାରି ଡାଟା ବ୍ୟବହାର ୧୭.୬ ଜିବିକୁ ବୃଦ୍ଧି ପାଇଛି ।
ରିଲାଏନ୍ସ ଇଣ୍ଡଷ୍ଟ୍ରିଜ଼ର ନିଟ ଲାଭ ୧୫,୪୭୯ କୋଟି ଟଙ୍କା
ଆଲୋଚ୍ୟ ସମୟରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ଼ ଲିମିଟେଡ଼ର ନିଟ ଲାଭ ୪୬% ବୃଦ୍ଧି ପାଇ ୧୫,୪୭୯ କୋଟି ହୋଇଥିବା କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି । ଗତବର୍ଷ ଦ୍ୱିତୀୟ ତ୍ରୟମାସିକରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ନିଟ୍ ଲାଭ ୧୦,୬୦୨ କୋଟି ଟଙ୍କା ଥିବା ବେଳେ ଜୁନରେ ଶେଷ ହୋଇଥିବା ଚଳିତ ଆର୍ଥିକ ବର୍ଷର ପ୍ରଥମ ତିନିମାସରେ କମ୍ପାନି ୧୩,୮୦୬ କୋଟି ଟଙ୍କା ଲାଭ କରିଥିଲା । ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୟମାସିକରେ କମ୍ପାନିର ରିଟେଲ୍‌, ଡିଜିଟାଲ୍ ଏବଂ ତୈଳ ଠାରୁ ଆରମ୍ଭ କରି ରସାୟନ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ଭଲ ବ୍ୟବସାୟ ହୋଇଛି । କମ୍ପାନିର ମୋଟ ରାଜସ୍ୱ, ଗତବର୍ଷ ଏହି ସମୟ ତୁଳନାରେ ୪୯.୨ ପ୍ରତିଶତ ବୃଦ୍ଧି ସହ ୧.୯୧ ଲକ୍ଷ କୋଟି ଟଙ୍କାରେ ପହଂଚିଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories