www.samajalive.in
Saturday, December 13, 2025
14.1 C
Bhubaneswar

ଓଡ଼ିଶାରେ ଗଡ଼ିଲା ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ

୯ଟି ବନ୍ଦେ ଭାରତ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

ଦେଶରେ ରେଳ ସେବାର ଏକ ନୂତନ ମାନଦଣ୍ଡ ଆରମ୍ଭ କରିଛି ବନ୍ଦେ ଭାରତ ଏକ୍ସପ୍ରେସ୍‌ – ମୋଦୀ

ଡେସ୍କ: ପ୍ରଧାନମନ୍ତ୍ରୀ ନାଏଣ୍ଡ୍ରା ମୋଦୀ ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଓଡ଼ିଶାବାସୀଙ୍କ ପାଇଁ ପୁରୀ-ରାଉରକେଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ବିଧାୟକ ସୁର ରାଉତରାୟ, ସାଂସଦ ଅପରାଜିତା ଷଡ଼ଙ୍ଗୀ, ବିଧାୟକ ଜୟ ନାରାୟଣ ମିଶ୍ର, ସମ୍ବିତ ପାତ୍ର, ବିଧାୟକ ଅନନ୍ତ ଜେନା, ସୁଲତା ଦେଓ, ବିଦ୍ୟାଧର ମହାପାତ୍ର, ମୁକେଶ ମହାଲିଙ୍ଗ ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ଉପସ୍ଥିତ ରହିଥିଲେ।

- Advertisement -

ଏହି ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ପୁରୀର ପବିତ୍ର ସହର ପ୍ରଭୁ ଜଗନ୍ନାଥଙ୍କ ବାସସ୍ଥାନକୁ ଇସ୍ପାତ ନଗରୀ ରାଉରକେଲା (ଓଡ଼ିଶାର ଇଣ୍ଡଷ୍ଟ୍ରିଆଲ୍ ରାଜଧାନୀ) ସହିତ ସଂଯୋଗ କରିବ ଏବଂ ଓଡ଼ିଶାର ରାଜଧାନୀ ଭୁବନେଶ୍ୱର, ଅନଗୁଳ ଠାରେ ଥିବା ଇଣ୍ଡଷ୍ଟ୍ରିଆଲ୍ ଏରିଆ ଏବଂ ଝାରସୁଗୁଡା ସହିତ ସଂଯୋଗ କରିବ। ଏହି ପ୍ରିମିୟମ୍ ସେବା ପୁରୀ-ରାଉରକେଲା ମଧ୍ୟରେ ଦ୍ରୁତତମ ରେଳ ସଂଯୋଗ ପ୍ରଦାନ କରିବ ଏବଂ ଶନିବାର ବ୍ୟତୀତ ସପ୍ତାହରେ ଛଅ ଦିନ ଚାଲିବ।


ଏହି ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ରାଉରକେଲା ପର୍ଯ୍ୟନ୍ତ ୭ ଘଣ୍ଟା ୪୫ ମିନିଟରେ ୫୦୫ କିଲୋମିଟର ଦୂରତା ଅତିକ୍ରମ କରିବ। ଟ୍ରେନ୍ ସଂଖ୍ୟା ୨୦୮୩୬ ପୁରୀ- ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ୦୫.୦୦ ଘଣ୍ଟାରେ ଯାତ୍ରା ଆରମ୍ଭ କରିବ ଏବଂ ସେହି ଦିନ ୧୨:୪୫ରେ ରାଉରକେଲାରେ ପହଞ୍ଚିବ। ପ୍ରତ୍ୟାବର୍ତ୍ତନ ଦିଗରେ ୨୦୮୩୫ ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ ୧୪:୧୦ ଘଣ୍ଟାରେ ରାଉରକେଲା ଛାଡି ସେହି ଦିନ ୨୧:୪୦ ଘଣ୍ଟାରେ ପୁରୀରେ ପହଞ୍ଚିବ। ଏହି ଟ୍ରେନଟି ଖୋର୍ଦ୍ଧା ରୋଡ, ଭୁବନେଶ୍ୱର, କଟକ, ଢ଼େଙ୍କାନାଳ, ତାଳଚେର ରୋଡ, ଅନଗୁଳ, ରେଢ଼ାଖୋଲ, ସମ୍ବଲପୁର ସହର ଏବଂ ଝାରସୁଗୁଡା ଷ୍ଟେସନ ମାନଙ୍କରେ ରହିବ।


ଏହି ବନ୍ଦେ ଭାରତ ସେବା ପୁରୀ-ରାଉରକେଲା ମଧ୍ୟରେ ଚାଲୁଥିବା ଅନ୍ୟାନ ଟ୍ରେନ ମାନଙ୍କ ତୁଳନାରେ ହାରାହାରି ଯାତ୍ରା ସମୟକୁ ଯଥେଷ୍ଟ ହ୍ରାସ କରିବ। ପୁରୀ-ଯୋଗ ନାଗରୀ ଋଷିକେଶ ଏକ୍ସପ୍ରେସ ୧୧:୫୦ ଘଣ୍ଟା ନେଇଥାଏ ଏବଂ ପୁରୀ-ହାଟିଆ ତପସ୍ୱିନି ଏକ୍ସପ୍ରେସ ୧୦:୨୫ ଘଣ୍ଟା ନେଇଥାଏ ଯାହାକି ଏହି ମାର୍ଗରେ ଦ୍ରୁତତମ ଟ୍ରେନ୍ ଅଟେ। ଏହି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନରେ ଯାତ୍ରୀମାନଙ୍କ ଆରାମ ପାଇଁ ଅଧିକ ଉନ୍ନତ ତଥା ଆରାମଦାୟକ ସୁବିଧା ଵିଶେଶ୍ୱତଃ ରହିଛି। ଯାତ୍ରୀମାନଙ୍କଠାରୁ ନିଆଯାଇଥିବା ମତାମତକୁ ଆଧାର କରି ଏହି ଵିଶେଶ୍ୱତଃ ଗୁଡିକ ନୂତନ ଭାବରେ ଏହି ଟ୍ରେନରେ ପ୍ରାବଧାନ କରାଯାଇଛି।

ଏହା ଉପକୂଳ, ମଧ୍ୟ ଏବଂ ପଶ୍ଚିମ ଓଡିଶାର ଜିଲ୍ଲା ଗୁଡିକୁ ସଂଯୋଗ କରିବା ସହ ଉପକୂଳ ଏବଂ ପଶ୍ଚିମ ଓଡିଶା ଅଞ୍ଚଳର ଲୋକଙ୍କ ବିଳାସପୂର୍ଣ୍ଣ, ଆରାମଦାୟକ, ସୁଗମ, ନିରାପଦ ଟ୍ରେନ୍ ଯାତ୍ରା କରିବାର ସ୍ୱପ୍ନକୁ ପୂରଣ କରିବ। ଏହି ଟ୍ରେନ୍ ପୁରୀ ଏବଂ ରାଉରକେଲା ମଧ୍ୟରେ ଯାତ୍ରା ସମୟ ହ୍ରାସ କରିବାସହ ତୀର୍ଥଯାତ୍ରୀ, ବ୍ୟବସାୟୀ, ଛାତ୍ର ଏବଂ ପର୍ଯ୍ୟଟକଙ୍କୁ ବହୁଳ ଭାବରେ ଉପକୃତ କରିବ।

Hot this week

ଭାରତରେ ଲିଓନେଲ୍‌ ମେସି

ସମାଜ ଡିଜିଟାଲ ଡେସ୍କ: ଭାରତରେ କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସି...

ଶନିବାର ରାଶିଫଳ: ଈପ୍‌ସିତ ଅର୍ଥ ପ୍ରାପ୍ତିର ସୂଚନା

ମେଷ: ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ଆଶୁ ବିପଦର ମୁକାବିଲା କରିପାରନ୍ତି।...

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

Related Articles

Popular Categories