www.samajalive.in
Saturday, December 6, 2025
19.1 C
Bhubaneswar

ରାଜ୍ୟସଭା ଉପନିର୍ବାଚନ: ନାମାଙ୍କନପତ୍ର ଦାଖଲ କଲେ ଅମର, ସସ୍ମିତ, ଅଶ୍ଵିନୀ

ଭୁବନେଶ୍ଵର: ଓଡ଼ିଶାର ୩ ଆସନରେ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନ ଲାଗି ସୋମବାର ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ବିଜେଡିର ୨ ପ୍ରାର୍ଥୀ ଏବଂ ବିଜେପି ପକ୍ଷରୁ ଜଣେ ପ୍ରାର୍ଥୀ ବିଧାନସଭାର ସ୍ବତନ୍ତ୍ର ପ୍ରକୋଷ୍ଠରେ ନାମାଙ୍କନପତ୍ର ଦାଖଲ କରିଥିଲେ। ବିଜେଡି ପକ୍ଷରୁ ପ୍ରାର୍ଥୀ ହୋଇଥିବା ବରିଷ୍ଠ ନେତା ଅମର ପଟ୍ଟନାୟକ ଏବଂ ମୁଖପାତ୍ର ସସ୍ମିତ ପାତ୍ର ନାମାଙ୍କନପତ୍ର ଦାଖଲ କରିଥିଲେ। ଏହି ଅବସରରେ ବହୁ ବିଜେଡି ବିଧାୟକ ଏବଂ ମନ୍ତ୍ରୀ ଉପସ୍ଥିତ ଥିଲେ। ସେହିପରି ବିଜେପି ପକ୍ଷରୁ ପ୍ରାର୍ଥୀ ହୋଇଥିବା ଅଶ୍ଵିନୀ ବୈଷ୍ଣବ ଜେପି ନେତାଙ୍କ ସହିତ ଆସି ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ଦାଖଲ କରିଥିଲେ।

ସୂଚନାଯୋଗ୍ୟ, ରାଜ୍ୟସଭାରେ ସଦସ୍ୟ ଥିବା ଓଡ଼ିଶାର ୩ସଦସ୍ୟଙ୍କ ଇସ୍ତଫା ପରେ ସେସବୁ ପଦବୀରେ ଉପନିର୍ବାଚନ ହେବ। ଏଥିପାଇଁ ବିଜେଡି ପଧରୁ ୨ ଜଣ ଏବଂ ବିଜେପିରୁ ଜଣେ ପ୍ରାର୍ଥୀ ହୋଇଛନ୍ତି। ବିଜେପି ପ୍ରାର୍ଥୀ ଅଶ୍ଵିନୀ ବୈଷ୍ଣବ ନିର୍ବାଚିତ ହେବା ଲାଗି ବିଧାନସଭାରେ ବିଜେପିର ଆବଶ୍ୟକ ସଂଖ୍ୟକ ବିଧାୟକ ନ ଥିବାବେଳେ ବିଜେଡି ତାଙ୍କୁ ସମର୍ଥନ ଦେବ ବୋଲି ଘୋଷଣା କରିଛି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories