ନୂଆଦିଲ୍ଲୀ: ସିଲିଣ୍ଡର ବିସ୍ଫୋରଣରେ ୪ ମୃତ। ଉତ୍ତରପ୍ରଦେଶ ଦେଓରିଆରେ ଅଭାବନୀୟ ଘଟଣା ଘଟିଛି। ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଘଟି ଗୋଟିଏ ପରିବାରର ୪ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ରୋଷେଇ କରୁଥିବା ବେଳେ ଏଭଳି ଅଘଟଣ ଘଟିଥିଲା। ବିସ୍ଫୋରଣରେ ଜଣେ ମହିଳା ଓ ଶିଶୁ ସମେତ ୪ ଜଣଙ୍କର ମୃତ୍ୟୁ ଘଟିଛି। ପରେ ପୁଲିସ୍ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।
Popular Categories



