www.samajalive.in
Monday, December 15, 2025
26.1 C
Bhubaneswar

ପାଇଖାନା ଟାଙ୍କିରେ ପଡ଼ି ୩ ଶିଶୁ ମୃତ

ସମାଜଲାଇଭ ଡେସ୍କ: ଖେଳୁଥିବା ସମୟରେ ପାଇଖାନା ଟାଙ୍କିରେ ଖସିପଡ଼ି ୩ ଶିଶୁଙ୍କର ମୃତ୍ୟୁ ଘଟିଛି। କଟକ ଜିଲା ବଡ଼ମ୍ବା ଥାନା ରଗଡ଼ିପଡ଼ାରେ ସୋମବାର ଏଭଳି ଏକ ଦୁଃଖଦ ଘଟଣା ଘଟିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ମୃତକମାନଙ୍କ ମଧ୍ୟରେ ୨ ନାବାଳକ ଏବଂ ଜଣେ ନାବାଳିକା ରହିଛନ୍ତି। ସେମାନେ ହେଲେ ୩ ବର୍ଷୀୟ ଶୁଭମ, ୯ ବର୍ଷୀୟ ଅଙ୍କିତ ନାୟକ ଏବଂ ୭ ବର୍ଷୀୟା ଶିବାନୀ। ଏମାନଙ୍କ ଘର ବଡ଼ରାବେଣା ଏବଂ ଇଚ୍ଛାପୁର ଅଞ୍ଚଳରେ। ସମସ୍ତେ ନିଜ ନିଜ ମାମୁଝର ରଗଡ଼ିପଡ଼ାକୁ ବୁଲିବାକୁ ଆସିଥିଲେ। ସୋମବାର ସକାଳେ ସେମାନେ ଟାଙ୍କି ନିକଟରେ ଖେଳୁଥିବା ସମୟରେ ଅସାବଧାନତାବଶତଃ ଭିତରକୁ ଖସିପଡ଼ିଥିଲେ। ଟାଙ୍କିରେ ପାଣି ଥିବାରୁ ସେଥିରେ ବୁଡ଼ି ସମସ୍ତଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ପୁଲିସ ଘଟଣାର ତଦନ୍ତ ଚଳାଇଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories