www.samajalive.in
Friday, December 5, 2025
23.1 C
Bhubaneswar

ଓଡ଼ିଶା ଫେରିବ ୩ ମୃତଦେହ

ସମାଜ ଡିଜିଟାଲ ଡେସ୍କ: ଜାମ୍ମୁ-କାଶ୍ମୀରର ମା’ ବୈଷ୍ଣୋଦେବୀଙ୍କ ଦର୍ଶନ କରିବାକୁ ଯାଇଥିବାବେଳେ ଦୁର୍ଘଟଣାର ଶିକାର ହୋଇ ପ୍ରାଣ ହରାଇଥିବା ୩ ତୀର୍ଥଯାତ୍ରୀଙ୍କ ମୃତଦେହକୁ ଓଡ଼ିଶା ଅଣାଯିବ। ଏଥିଲାଗି ନୂଆଦିଲ୍ଲୀସ୍ଥିତ ଓଡ଼ିଶା ସରକାରଙ୍କ ମୁଖ୍ୟ ଆବାସିକ ଆୟୁକ୍ତଙ୍କ କାର୍ଯ୍ୟାଳୟ, ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ଓ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ପଦକ୍ଷେପ ଗ୍ରହଣ କରାଯାଇଛି। ଏଥିସହ ଜାମ୍ମୁରେ ଚିକିତ୍ସିତ ହେଉଥିବା ଆହତ ତୀର୍ଥଯାତ୍ରୀଙ୍କୁ ସମସ୍ତ ପ୍ରକାର ସହଯୋଗ ପ୍ରଦାନ କରାଯାଉଛି।

ସୂଚନାଯୋଗ୍ୟ, ୪ଜଣ ଓଡ଼ିଆ ତୀର୍ଥଯାତ୍ରୀ ଜାମ୍ମୁର କାତ୍ରାଠାରେ ସଡ଼କ ଦୁର୍ଘଟଣାର ଶିକାର ହୋଇଛନ୍ତି। ସେଥିମଧ୍ୟରୁ ୩ ଜଣ ଓଡ଼ିଆ ତୀର୍ଥଯାତ୍ରୀ ମୃତ୍ୟୁବରଣ କରିଛନ୍ତି। ମୃତ ତୀର୍ଥଯାତ୍ରୀ ହେଉଛନ୍ତି ସୁବର୍ଣ୍ଣପୁର ଜିଲ୍ଲାର ବିଚିତ୍ର କୁମାର ସାହୁ, ଯୋଗୀନ୍ଦ୍ର ମଟାରୀ ଏବଂ କବିତା ସାହୁ। ଚତୁର୍ଥ ତୀର୍ଥଯାତ୍ରୀ ସୁବର୍ଣ୍ଣପୁର ଜିଲ୍ଲାର ସ୍ନେହଲତା ମଟାରୀ ଗୁରୁତର ଭାବେ ଆହତ ହୋଇ ଜାମ୍ମୁସ୍ଥିତ ଏକ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି।

Hot this week

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

ବିଷାକ୍ତ ଗ୍ୟାସ ଲିକ୍ : ଦୁଇ ମୃତ ,ଦଶହଜାର ପ୍ରଭାବିତ

ସମାଜ ଲାଇଭ ଡ଼େସ୍କ : ଝାଡ଼ଖଣ୍ଡର ଧନବାଦରେ ଏକ ଗ୍ୟାସ ଲିକ୍...

‘ମୁଁ ଯୁଦ୍ଧ ବନ୍ଦ କରିବି’-ପୁଣି ଏମିତି ଦୃଢୋକ୍ତି ବାଢିଲେ ଟ୍ରମ୍ପ

ସମାଜ ଡିଜିଟାଲ ଡେସ୍କ: ଦୀର୍ଘ ୩ ବର୍ଷ ହେବ ରୁଷ-ୟୁକ୍ରେନ ଯୁଦ୍ଧ...

Related Articles

Popular Categories