www.samajalive.in
Tuesday, December 9, 2025
16.1 C
Bhubaneswar

ଔଷଧ କମ୍ପାନୀରେ ଗ୍ୟାସ ଲିକ୍‌: ୩ ମୃତ, ୮ ଅସୁସ୍ଥ

ସମାଜ ଡିଜିଟାଲ ଡେସ୍କ: ମହାରାଷ୍ଟ୍ରର ସାଙ୍ଗଲିସ୍ଥିତ ଏକ ଔଷଧ କମ୍ପାନୀରେ ଗ୍ୟାସ ଲିକ୍‌ ଯୋଗୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଅନ୍ୟ ୮ ଜଣ ଅସୁସ୍ଥ ହୋଇପଡ଼ିଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି। ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଏବଂ ଜଣେ କମ୍ପାନୀର ରାତ୍ର ଜଗୁଆଳି ରହିଛନ୍ତି। ଅସୁସ୍ଥମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅସୁସ୍ଥଙ୍କ ମଧ୍ୟରେ କମ୍ପାନୀର ମାଲିକ ରହିଛନ୍ତି। ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡ଼ିଛି।

ପୁଲିସ ସୂଚନା ଅନୁସାରେ, କମ୍ପାନୀରେ ବୈଷୟିକ ତ୍ରୁଟି ଯୋଗୁ ଏକ ରିଆକ୍ଟରରେ ବିସ୍ଫୋରଣ ଘଟିଥିଲା। ଏହା ପରେ ଗ୍ୟାସ ଲିକ୍‌ ହେବାରୁ ଏହି ଅଘଟଣ ଘଟିଥିଲା। ଫୋରେନସିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ ଚଳାଇଛି।

- Advertisement -

ଗୁରୁବାର ସକାଳେ ମହାରାଷ୍ଟ୍ରର ତାରାପୁରଠାରେ ଥିବା ଅନ୍ୟ ଏକ କାରଖାନାରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ କେହି ମୃତାହତ ହୋଇଥିବା ନେଇ ସୂଚନା ମିଳିନାହିଁ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories