www.samajalive.in
Wednesday, December 10, 2025
26.1 C
Bhubaneswar

ଟ୍ରକ ଚାପାରେ ବାପା-ପୁଅ ସମେତ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ପୁଅକୁ ସ୍କୁଲରେ ଛାଡ଼ିବାକୁ ଯିବାବେଳେ ଚାପି ଦେଲା ଟ୍ରକ। ଘଟଣାସ୍ଥଳରେ ଚାଲିଗଲା ୩ ଜୀବନ। ଏଭଳି ଏକ ହୃଦୟବିଦାରକ ଦୁର୍ଘଟଣା ଘଟିଛି କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ଡିଏଭି ସ୍କୁଲ ନିକଟରେ। ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ବାପା-ପୁଅ ସମେତ ପଡ଼ୋଶୀ ଘରର ଆଉ ଏକ ପିଲା। ଦୁର୍ଘଟଣା ପରେ ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିବାକୁ ଉଦ୍ୟମ କରୁଛି।

ମିଳିଥିବା ସୂଚନା ଅନୁସାରେ, ସ୍ଥାନୀୟ ଆଜାଦ ବସ୍ତିର ଜଣେ ବ୍ୟକ୍ତି ତାଙ୍କ ପୁଅ ଏବଂ ନିଜ ପଡ଼ିଶାର ଅନ୍ୟ ଜଣେ ପିଲାଙ୍କୁ ବାଇକରେ ବସାଇ ସ୍କୁଲରେ ଛାଡ଼ିବାକୁ ଯାଉଥିଲେ। ସ୍କୁଲ ନିକଟ ରାସ୍ତାରେ ଏକ ଟ୍ରକ ସେମାନଙ୍କୁ ଧକ୍କା ଦେବା ସହିତ ୩ ଜଣଙ୍କ ଉପରେ ଚଢ଼ି ଯାଇଥିଲା। ଘଟଣାସ୍ଥଳରେ ହିଁ ୩ ଜଣଙ୍କ ମୃତ୍ୟୁ ଘଟିଥିଲା।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories