ସମାଜ ଡିଜିଟାଲ ଡେସ୍କ: ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲାରେ ସୋମବାର ସକାଳେ ଏକ ବୋମା ବିସ୍ଫୋରଣ ଘଟି ୩ ଜଣଙ୍କ ମୃତ୍ୟୁ ହୋଇଛି। ଘଟଣା ପରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦେଶୀ ବୋମା ବିସ୍ଫୋରଣ ଯୋଗୁ ଏହି ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ତେବେ କେଉଁ ପରିସ୍ଥିତିରେ ବିସ୍ଫୋରଣ ଘଟିଛି ତାହାର ଖୋଳତାଡ଼ କରାଯାଉଛି। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି।
Popular Categories



