www.samajalive.in
Monday, December 15, 2025
26.1 C
Bhubaneswar

ଉତ୍ତରାଖଣ୍ଡରେ ଭୂସ୍ଖଳନ, ୩ ତୀର୍ଥଯାତ୍ରୀ ମୃତ

ଡେରାଡୁନ: ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ଯୋଗୁ ଭୁସ୍ଖଳନ ଘଟିଛି। ଫଳରେ ଗୌରୀକୁଣ୍ଡ ନିକଟରେ ଚାରଧାମ ଯାତ୍ରାରେ ବାହାରିଥିବା ୩ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୫ ଜଣ ଏଥିରେ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ମେଡିକାଲକୁ ନିଆଯାଇଛି। ଆହତଙ୍କ ମଧ୍ୟରୁ ୨ ଜଣ ମହାରାଷ୍ଟ୍ରର ଅଛନ୍ତି।

ସୂଚନା ଅନୁସାରେ, ରବିବାର ସକାଳ ସାଢ଼େ ୭ଟାରେ ଏହି ଘଟଣା ଘଟିଛି। ଚାରଧାମ ଯାତ୍ରାରେ ଅନେକ ଯାତ୍ରୀ ବାହାରିଥିବାବେଳେ ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ଲାଗିରହିଛି। ରବିବାର ସକାଳେ ଯାତ୍ରୀମାନେ ଗୌରୀକୁଣ୍ଡ-କେଦାରନାଥ ପାଦଚଲା ରାସ୍ତାରେ ଯାଉଥିବାବେଳେ ଭୁସ୍ଖଳନ ଘଟିଥିଲା। ପାହାଡ଼ରୁ ମାଟି ଅତଡ଼ା ଧସି ଆସି ଯାତ୍ରୀଙ୍କ ଉପରେ ପଡ଼ିଥିଲା। ଫଳରେ ୩ ତୀର୍ଥଯାତ୍ରୀ ପ୍ରାଣ ହରାଇଥିଲେ। ଖବରପାଇ ଏନଡିଆରଏଫ ଟିମ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଚଳାଇଥିବା ଜିଲା ବିପର୍ଯ୍ୟୟ ପରିଚାଳନା ଅଧିକାରୀ ନନ୍ଦନ ସିଂହ ରଜଓ୍ବାର କହିଛନ୍ତି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories