www.samajalive.in
Monday, December 15, 2025
27.1 C
Bhubaneswar

ହୋଲିରେ ରକ୍ତାକ୍ତ ସଂଘର୍ଷ, ୩ ଶ୍ରମିକଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ହୋଲିରେ ଉତ୍ସବ ପାଳନ ବେଳେ ରକ୍ତାକ୍ତ ସଂଘର୍ଷ ଘଟିବାରୁ ୩ ଜଣଙ୍କ ମୃତ୍ୟୁ ହୋଇଛି। ବେଙ୍ଗାଲୁରୁର ସରଜାପୁରରେ ଏକ ନିର୍ମାଣାଧୀନ ଆପାର୍ଟମେଣ୍ଟରେ ଏହି ହତ୍ୟାକାଣ୍ଡ ଘଟିଛି। ଆପାର୍ଟମେଣ୍ଟରେ କାର୍ଯ୍ୟ କରୁଥିବା ଶ୍ରମିକମାନେ ହୋଲି ଅବସରରେ ଉତ୍ସବ ମନାଉଥିଲେ। ଏହି ସମୟରେ ସେମାନେ ମଦ୍ୟପାନ ବି କରିଥିଲେ। କିନ୍ତୁ କୌଣସି କାରଣରୁ ଶ୍ରମିକମାନଙ୍କ ମଧ୍ୟରେ ବିବାଦ ଆରମ୍ଭ ହୋଇଥିଲା। ଯାହା ପରବର୍ତ୍ତୀ ସମୟରେ ହିଂସାର ରୂପ ନେଇଥିଲା। ଶ୍ରମିକମାନେ ବାଉଁଶ ଏବଂ ଲୁହା ରଡରେ ପରସ୍ପରଙ୍କୁ ଆକ୍ରମଣ କରିଥିଲେ। ଏହି ଘଟଣାରେ ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ମୃତକମାନେ ବିହାରର ବୋଲି ଜଣାପଡ଼ିଛି। ଅନ୍ୟ ଜଣେ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି।

ସମସ୍ତ ମୃତକମାନେ ଗୋଟିଏ ଗ୍ରାମର। ସେମାନଙ୍କ ବୟସ ୨୦ରୁ ୨୫ ବର୍ଷ ମଧ୍ୟରେ ହେବ। ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିବା ବେଳକୁ ସେଠାରେ ୪ ଜଣ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ସେମାନଙ୍କୁ ଡାକ୍ତରଖାନା ନେବା ପରେ ସେଠାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଥିଲା। ଅନ୍ୟ ଜଣେ ଗୁରୁତରଙ୍କ ଚିକିତ୍ସା ଚାଲିଛି। ଏହି ଘଟଣାରେ ପୁଲିସ ଜଣେ ଅଭିଯୁକ୍ତକୁ ଗିରଫ କରି ତଦନ୍ତ ଚଳାଇଛି।

Hot this week

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

Related Articles

Popular Categories