www.samajalive.in
Monday, December 8, 2025
27.1 C
Bhubaneswar

ଏନକାଉଣ୍ଟରରେ ୩ ମାଓବାଦୀ ନିହତ, ଜଣେ ଯବାନ ଶହୀଦ

ମାଲକାନଗିରି/ରାଞ୍ଚି: ଝାଡ଼ଖଣ୍ଡର ବେଲଭା ଘାଟରେ ସୋମବାର ସକାଳେ ଯବାନ ଏବଂ ମାଓବାଦୀମାନଙ୍କ ମଧ୍ୟରେ ଏନକାଉଣ୍ଟର ଘଟିଛି। ଏଥିରେ ୩ ଜଣ ମାଓବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଶହୀଦ ହୋଇଛନ୍ତି। ସୋମବାର ଭୋର ସମୟରେ ୭ମ ବାଟାଲିୟନ ସିଆରପିଏଫ ଯବାନଙ୍କ ପକ୍ଷରୁ ବେଲଭା ଘାଟ ଜଙ୍ଗଲ ଅଞ୍ଚଳରେ ସ୍ବତନ୍ତ୍ର ଅପରେଶନ ଚାଲିଥିଲା। ସକାଳ ପ୍ରାୟ ୬ଟାରେ ଜଙ୍ଗଲର ଏକ ସ୍ଥାନରେ ମାଓବାଦୀଙ୍କ ସହ ଯବାନଙ୍କ ମୁହାଁମୁହିଁ ହୋଇଥିଲା। କିଛି ସମୟ ଧରି ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ଚାଲିଥିଲା। ଗୁଳିବିନିମୟ ବନ୍ଦ ହେବା ପରେ ଘଟଣାସ୍ଥଳରୁ ୩ ମାଓବାଦୀଙ୍କ ମୃତଦେହ ମିଳିଥିଲା। ସେଠାରୁ ଗୋଟିଏ ଏକେ-୪୭ ବନ୍ଧୁକ, ୩ଟି ମାଗାଜିନ୍‌ ଏବଂ ୪ଟି ପାଇପ୍‌ ବୋମା ଜବତ ହୋଇଛି। ଘଟଣା ପରେ ସମ୍ପୃକ୍ତ ଅଞ୍ଚଳରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଇଛି।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories