www.samajalive.in
Thursday, December 11, 2025
14.1 C
Bhubaneswar

ଛିନ୍ଦଖଡ଼କ ଜଙ୍ଗଲରେ ଗୁଳିବିନିମୟ, ୩ ମାଓବାଦୀ ନିହତ

ସମାଜ ଡିଜିଟାଲ ଡେସ୍କ: ଓଡ଼ିଶା ସୀମାନ୍ତ ଛତିଶଗଡ଼ର କାଙ୍କେର ଜିଲା ଅନ୍ତର୍ଗତ ଛନ୍ଦଖଡ଼କ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏହି ଗୁଳିବିନିମୟରେ ୩ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ଦୁଇ ଜଣ ପୁରୁ​‌ଷ ଏବଂ ଜ​‌ଣେ ମହିଳା ମାଓବାଦୀ ରହିଛନ୍ତି। ଉକ୍ତ ଜଙ୍ଗଲରେ ଆଉ କିଛି ମାଓବାଦୀ ଲୁଚି ରହିଥିବା ଆଶଙ୍କା ଥିବାରୁ ଅପରାହ୍ନ ସୁଦ୍ଧା କୋମ୍ବିଂ ଅପରେସନ ଚାଲିଥିବା ଖବର ମିଳିଛି।

ସୂଚନା ଅନୁସାରେ, ଛିନ୍ଦଖଡ଼କ ଜଙ୍ଗଲରେ ମାଓବାଦୀ ଶିବିର ଚାଲିଥିବା ନେଇ ସୁରକ୍ଷାକର୍ମୀଙ୍କୁ ବିଶେଷ ସୂତ୍ରରୁ ଖବର ମିଳିଥିଲା। ଏହା ପରେ ଜିଲା ପୁଲିସ, ଡିଭିଏଫ ଏବଂ ଯବାନଙ୍କ ପକ୍ଷରୁ ଉକ୍ତ ଜଙ୍ଗଲରେ ମିଳିତ କୋମ୍ବିଂ ଆରମ୍ଭ ହୋଇଥିଲା। କୋମ୍ବିଂ ସମୟରେ ମାଓବାଦୀମାନେ ଯବାନଙ୍କୁ ଦେଖି ଗୁଳି ଚାଳନା କରି ଖସିଯିବାକୁ ଉଦ୍ୟମ କରିଥିଲେ। ହେଲେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳିରେ ୩ ମାଓବାଦୀ ନିହତ ହୋଇଥିଲେ।

Hot this week

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

‘ଜୀବେ ଦୟା’ ଜୈବ ବିବିଧତାର ଆଦର୍ଶ

ଆମ ପରିବେଶରେ ଥିବା ବିଭିନ୍ନ ପ୍ରକାରର ଉଦ୍ଭିଦ, ପ୍ରାଣୀ ଓ ଅନ୍ୟାନ୍ୟ...

ଅନୁଗୁଳରେ ଫୁଟିଲା ଗୁଳି, ଜଣେ ଗୁରୁତର

ଅନୁଗୁଳ : ଅନୁଗୁଳରେ ଫୁଟିଲା ଗୁଳି । ଶିକ୍ଷକପଡ଼ା ସ୍ଥିତ ଇକୋ...

ଚିନ୍ତାକଳ୍ପ : ଗୁଣଗ୍ରାହିତା

ଆବ୍ରାହମ ଲିଙ୍କନ, ଆମେରିକାର ଲୋକପ୍ରିୟ ରାଷ୍ଟ୍ରପତିଙ୍କ ମଧ୍ୟରୁ ଅଗ୍ରଗଣ୍ୟ। ଆଜି ମଧ୍ୟ...

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

Related Articles

Popular Categories