www.samajalive.in
Saturday, December 6, 2025
23.1 C
Bhubaneswar

ପୁଲିସ୍ ଏନ୍‌କାଉଣ୍ଟରରେ ୩ ମାଓବାଦୀ ନିହତ

ମାଲକାନଗିରି: ଛତିଶଗଡ କାଙ୍କେର ଜିଲ୍ଲାରେ ପୁଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ପୁଲିସ୍ ଏନକାଉଣ୍ଟରରେ ୩ ମାଓବାଦୀ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି। କାଙ୍କେର ଜିଲ୍ଲା କୋଇଲିବେଡା ଜଙ୍ଗଲରେ ମାଓ ଶିବିର ଥିବାର ସୂଚନା ପାଇ ସିଆରପିଏଫ୍ ଏବଂ କାଙ୍କେର ପୁଲିସ୍ ମିଳିତ ଅପରେସନ୍‌ରେ ଯାଇଥିଲେ। ଏବଂ କୋଇଲିବେଡା ଜଙ୍ଗଲରେ ପୁଲିସ୍- ମାଓବାଦୀ ମୁହାଁମୁହିଁ ହୋଇଥିଲେ। ଉଭୟ ପକ୍ଷରୁ ପ୍ରାୟ ଦୁଇ ଘଣ୍ଟା ଧରି ଗୁଳି ବିନିମୟ ହୋଇଥିଲା। ଏହାପରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ପୁଲିସ୍‌ ସର୍ଚ୍ଚ ଅପରେସନ୍ ବେଳେ ୩ ମାଓବାଦୀଙ୍କର ମୃତଦେହ ଉଦ୍ଧାର କରିଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ମାରଣାସ୍ତ୍ର ମଧ୍ୟ ଜବତ କରାଯାଇଛି। ବର୍ତ୍ତମାନ୍ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories