www.samajalive.in
Monday, December 15, 2025
24.1 C
Bhubaneswar

ସୋମବାର ଶପଥ ନେବେ ୩ ନୂଆ ବିଚାରପତି

କଟକ: ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ତିନି ଜଣ ନୂଆ ବିଚାରପତି ସୋମବାର ଶପଥ ନେବେ। ବିଶେଷ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ବରିଷ୍ଠ ଆଇନଜୀବୀ ଭି.ନରସିଂହ, ବିରଜା ପ୍ରସନ୍ନ ଶତପଥୀ ଓ ଶ୍ରୀ ରମଣ ମୁରାହରି ଓରଫ ଏମ.ଏସ.ରମଣଙ୍କ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ବିଚାରପତି ଭାବେ ସୋମବାର ପୂର୍ବାହ୍ଣ ସାଢ଼େ ୯ଟା ସମୟରେ ଶପଥ ଗ୍ରହଣ କରିବେ। ଉଚ୍ଚ ନ୍ୟାୟାଳୟର ନୂତନ କୋଠାର ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ଉତ୍ସବରେ ମୁଖ୍ୟ ବିଚାରପତି ଏସ୍‌.ମୁରଲୀଧର ସେମାନଙ୍କୁ ଏହି ତିନି ବରିଷ୍ଠ ଆଇନଜୀବୀଙ୍କୁ ଉଚ୍ଚ ନ୍ୟାୟାଳୟର ବିଚାରପତି ଭାବେ ଶପଥ ଗ୍ରହଣ କରାଇବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି।

ଏହି ଉତ୍ସବରେ ଉଚ୍ଚ ନ୍ୟାୟାଳୟର ବିଚାରପତିବୃନ୍ଦ, ବରିଷ୍ଠ ଆଇନଜୀବୀ ଓ ଆଇନଜୀବୀଙ୍କ ସମେତ କେତେଜଣ ବରିଷ୍ଠ ପୁଲିସ ଓ ପ୍ରଶାସନିକ ଅଧିକାରୀ ଯୋଗଦେବେ। ରାଜ୍ୟ ଗୃହବିଭାଗ ପ୍ରମୁଖ ଶାସନ ସଚିବ ଓ ଉଚ୍ଚ ନ୍ୟାୟାଳୟ ରେଜିଷ୍ଟ୍ରାର ଜେନେରାଲ ଉତ୍ସବରେ ଉପସ୍ଥିତ ରହିବେ। କୋଭିଡ୍ କଟକଣା ମଧ୍ୟରେ ସୀମିତ ଉଚ୍ଚ ନ୍ୟାୟାଳୟ ବିଚାର ବିଭାଗୀୟ ଅଧିକାରୀ ଓ ଆଇନଜୀବୀଙ୍କୁ ଉତ୍ସବରେ ଉପସ୍ଥିତ ରହିବା ପାଇଁ ନିମନ୍ତ୍ରଣ ମିଳିଛି।

- Advertisement -

ସୂଚନାଯୋଗ୍ୟ ଯେ, ତିନିଜଣ ବରିଷ୍ଠ ଆଇନଜୀବୀଙ୍କୁ ବିଚାରପତି ଭାବେ ନିଯୁକ୍ତି ସଂକ୍ରାନ୍ତ ବିଜ୍ଞପ୍ତି ଗୁରୁବାର କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ପାଇଥିଲା। ଆଇନଜୀବୀ ଭି.ନରସିଂହ, ସଞ୍ଜୟ କୁମାର ମିଶ୍ର, ବିରଜା ପ୍ରସନ୍ନ ଶତପଥୀ ଓ ଶ୍ରୀ ରମଣ ମୁରାହରି ଓରଫ ଏମ.ଏସ.ରମଣଙ୍କୁ ବିଚାରପତି ଭାବେ ନିଯୁକ୍ତି ପାଇଁ ସର୍ବୋଚ୍ଚ ନ୍ୟାୟାଳୟଙ୍କ କଲେଜିୟମ ସୁପାରିସ କରିଥିଲେ। ଏହି ନିଯୁକ୍ତି ପରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ବିଚାରପତି ସଂଖ୍ୟା ୨୧ରେ ପହଞ୍ଚିବ।

Hot this week

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

Related Articles

Popular Categories