www.samajalive.in
Saturday, December 13, 2025
14.1 C
Bhubaneswar

୩ଟି ପରମ ରୁଦ୍ର ସୁପର କମ୍ପ୍ୟୁଟର ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ପ୍ରାୟ ୧୩୦ କୋଟି ଟଙ୍କା ମୂଲ୍ୟର ତିନୋଟି ପରମ ରୁଦ୍ର ସୁପର କମ୍ପ୍ୟୁଟରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଜାତୀୟ ସୁପରକମ୍ପ୍ୟୁଟିଂ ମିଶନ (ଏନଏସଏମ) ଅଧୀନରେ ସ୍ୱଦେଶୀ ଜ୍ଞାନକୌଶଳରେ ବିକଶିତ ଏହି ସୁପର କମ୍ପ୍ୟୁଟରକୁ ପୁଣେ, ଦିଲ୍ଲୀ ଏବଂ କୋଲକାତାରେ ସ୍ଥାପିତ କରାଯାଇ ବୈଜ୍ଞାନିକ ଗବେଷଣାର ସୁବିଧା ପାଇଁ ନିୟୋଜିତ କରାଯାଇଛି। ପ୍ରଧାନମନ୍ତ୍ରୀ ପାଣିପାଗ ଏବଂ ଜଳବାୟୁ ଗବେଷଣା ପାଇଁ ପ୍ରସ୍ତୁତ ଏକ ହାଇ ପରଫର୍ମାନ୍ସ କମ୍ପ୍ୟୁଟିଂ (ଏଚପିସି) ପ୍ରଣାଳୀର ଉଦଘାଟନ କରିଛନ୍ତି।

ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଜି ଭାରତ ପାଇଁ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ଏକ ମହାନ ସଫଳତା ହାସଲ କରିଛି। ଏହା ଗବେଷଣା ଓ ବିକାଶକୁ ପ୍ରାଥମିକତା ଦେଇ ଦେଶ କିଭଳି ପ୍ରଗତି ହାସଲ କରୁଛି ତାହାର ପ୍ରତିଫଳନ। ‘ଆଜିର ଭାରତ ସମ୍ଭାବନାର ଅସୀମ ଦିଗନ୍ତରେ ନୂତନ ସୁଯୋଗ ସୃଷ୍ଟି କରୁଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ପ୍ରଧାନମନ୍ତ୍ରୀ ଭାରତର ବୈଜ୍ଞାନିକମାନଙ୍କ ଦ୍ୱାରା ତିନୋଟି ପରମ ରୁଦ୍ର ସୁପର କମ୍ପ୍ୟୁଟର ବିକାଶ ଏବଂ ଦିଲ୍ଲୀ, ପୁଣେ ଏବଂ କୋଲକାତାରେ ଏହାର ପ୍ରତିଷ୍ଠା ବିଷୟରେ ଉଲ୍ଲେଖ କରିବା ସହ ପାଣିପାଗ ଏବଂ ଜଳବାୟୁ ଗବେଷଣା ପାଇଁ ପ୍ରସ୍ତୁତ ଏକ ହାଇ-ପରଫର୍ମାନ୍ସ କମ୍ପ୍ୟୁଟିଂ (ଏଚପିସି) ପ୍ରଣାଳୀ ‘ଅର୍କ’ ଏବଂ ‘ଅରୁଣିକା’ର ଉଦଘାଟନ ବିଷୟରେ ମଧ୍ୟ କହିଥିଲେ। ଏଥିପାଇଁ ସମଗ୍ର ବୈଜ୍ଞାନିକ ସମୁଦାୟ, ଇଞ୍ଜିନିୟର ଏବଂ ସମସ୍ତ ନାଗରିକଙ୍କୁ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି।

Hot this week

ସରକାରଙ୍କ ଉପଲବ୍ଧିର ପ୍ରଚାର କରିବ ବିଜେପି ଯୁବ ମୋର୍ଚ୍ଚା: ଅଭିଳାଷ

ଖୁବ୍‌ଶୀଘ୍ର ୩୭ ଜିଲାରେ ସଭାପତି ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସଭାପତି...

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

Related Articles

Popular Categories