www.samajalive.in
Saturday, December 13, 2025
26.1 C
Bhubaneswar

୩ଟି ପରମ ରୁଦ୍ର ସୁପର କମ୍ପ୍ୟୁଟର ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ପ୍ରାୟ ୧୩୦ କୋଟି ଟଙ୍କା ମୂଲ୍ୟର ତିନୋଟି ପରମ ରୁଦ୍ର ସୁପର କମ୍ପ୍ୟୁଟରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଜାତୀୟ ସୁପରକମ୍ପ୍ୟୁଟିଂ ମିଶନ (ଏନଏସଏମ) ଅଧୀନରେ ସ୍ୱଦେଶୀ ଜ୍ଞାନକୌଶଳରେ ବିକଶିତ ଏହି ସୁପର କମ୍ପ୍ୟୁଟରକୁ ପୁଣେ, ଦିଲ୍ଲୀ ଏବଂ କୋଲକାତାରେ ସ୍ଥାପିତ କରାଯାଇ ବୈଜ୍ଞାନିକ ଗବେଷଣାର ସୁବିଧା ପାଇଁ ନିୟୋଜିତ କରାଯାଇଛି। ପ୍ରଧାନମନ୍ତ୍ରୀ ପାଣିପାଗ ଏବଂ ଜଳବାୟୁ ଗବେଷଣା ପାଇଁ ପ୍ରସ୍ତୁତ ଏକ ହାଇ ପରଫର୍ମାନ୍ସ କମ୍ପ୍ୟୁଟିଂ (ଏଚପିସି) ପ୍ରଣାଳୀର ଉଦଘାଟନ କରିଛନ୍ତି।

ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଜି ଭାରତ ପାଇଁ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ଏକ ମହାନ ସଫଳତା ହାସଲ କରିଛି। ଏହା ଗବେଷଣା ଓ ବିକାଶକୁ ପ୍ରାଥମିକତା ଦେଇ ଦେଶ କିଭଳି ପ୍ରଗତି ହାସଲ କରୁଛି ତାହାର ପ୍ରତିଫଳନ। ‘ଆଜିର ଭାରତ ସମ୍ଭାବନାର ଅସୀମ ଦିଗନ୍ତରେ ନୂତନ ସୁଯୋଗ ସୃଷ୍ଟି କରୁଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ପ୍ରଧାନମନ୍ତ୍ରୀ ଭାରତର ବୈଜ୍ଞାନିକମାନଙ୍କ ଦ୍ୱାରା ତିନୋଟି ପରମ ରୁଦ୍ର ସୁପର କମ୍ପ୍ୟୁଟର ବିକାଶ ଏବଂ ଦିଲ୍ଲୀ, ପୁଣେ ଏବଂ କୋଲକାତାରେ ଏହାର ପ୍ରତିଷ୍ଠା ବିଷୟରେ ଉଲ୍ଲେଖ କରିବା ସହ ପାଣିପାଗ ଏବଂ ଜଳବାୟୁ ଗବେଷଣା ପାଇଁ ପ୍ରସ୍ତୁତ ଏକ ହାଇ-ପରଫର୍ମାନ୍ସ କମ୍ପ୍ୟୁଟିଂ (ଏଚପିସି) ପ୍ରଣାଳୀ ‘ଅର୍କ’ ଏବଂ ‘ଅରୁଣିକା’ର ଉଦଘାଟନ ବିଷୟରେ ମଧ୍ୟ କହିଥିଲେ। ଏଥିପାଇଁ ସମଗ୍ର ବୈଜ୍ଞାନିକ ସମୁଦାୟ, ଇଞ୍ଜିନିୟର ଏବଂ ସମସ୍ତ ନାଗରିକଙ୍କୁ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories