www.samajalive.in
Friday, December 12, 2025
26.1 C
Bhubaneswar

ଗୁଳିବିନିମୟରେ ୩ ଆତଙ୍କବାଦୀ ନିପାତ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ଅନନ୍ତନାଗ ଓ କୁଲଗାଓଁ ଜିଲାରେ ବୁଧବାର ହୋଇଥିବା ଦୁଇଟି ଗୁଳିବିନିମୟ ଘଟଣାରେ ୩ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି। ଏହି ଗୁିବିନିମୟରେ ଜଣେ ପୁଲିସ କର୍ମଚାରୀ ଆହତ ହୋଇଛନ୍ତି। ଗୁଲଗାଓଁ ଜିଲାର ମିରହାମା ଅଞ୍ଚଳରେ ହୋଇଥିବା ଗୁଳିବିନିମୟ ୩ଜଣ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି। ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇଁ ସେନା, ସିଆରପିଏଫ୍ ଓ ପୁଲିସ ପକ୍ଷରୁ ମିଳିତ ଭାବେ ଅଭିଯାନ ହୋଇଥିଲା। ଏହି ଅଭିଯାନ ସମୟରେ ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ହୋଇଥିବାବେଳେ ଏଥିରେ ୩ ଆତଙ୍କବାଦୀ ପ୍ରାଣ ହରାଇଥିଲେ। ସେହିପରି ଅନନ୍ତନାଗ ଜିଲାର ଦୂର ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇ ସୁରକ୍ଷାବାହିନୀଙ୍କ ପକ୍ଷରୁ ତଲାସ ଅଭିଯାନ ଆରମ୍ଭ ହୋଇଥିଲା। ଏହି ଅଭିଯାନ ସମୟରେ ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଦୁଇଘଣ୍ଟାର ଗୁଳିବିନିମୟରେ ୨ ସେନା କର୍ମଚାର ଓ ଜଣେ ପୁଲିସ କର୍ମଚାରୀ ଆହତ ହୋଇଛନ୍ତି।

Hot this week

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

Related Articles

Popular Categories