www.samajalive.in
Saturday, December 6, 2025
15.1 C
Bhubaneswar

ଗୁଳିବିନିମୟରେ ଟଳିଲେ ୩ ଆତଙ୍କବାଦୀ

ସମାଜ ଡିଜିଟାଲ ଡେସ୍କ: ଜାମ୍ମୁ-କାଶ୍ମୀରର କୁପଓ୍ବାରା ଜିଲା ଅନ୍ତର୍ଗତ ନିୟନ୍ତ୍ରଣ ରେଖା(ଏଲଓସି) ନିକଟରେ ୨ଟି ପୃଥକ ଗୁଳିବିନିମୟରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ତାଙ୍ଗଧର ଏବଂ ମାଚିଲ ନିକଟ ନିୟନ୍ତ୍ରଣ ରେଖା ଦେଇ ଆତଙ୍କବାଦୀମାନେ ଅନୁପ୍ରବେଶ କରିବାକୁ ଉଦ୍ୟମ କରୁଥିବାବେଳେ ସୁରକ୍ଷା କର୍ମୀଙ୍କ ସହିତ ସେମାନଙ୍କର ଗୁଳିବିନିମୟ ଘଟିଥିଲା।

ଭାରତୀୟ ସେନା ଏବଂ ଜାମ୍ମୁ-କାଶ୍ମୀର ପୁଲିସ ପକ୍ଷରୁ ଆତଙ୍କବାଦୀଙ୍କ ଅନୁପ୍ରବେଶ ରୋକିବାକୁ ଏଲଓସି ନିକଟରେ ମିଳିତ ଅଭିଯାନ ଜାରି ରହିଛି। ବୁଧବାର ବିଳମ୍ବିତ ରାତିରେ କିଛି ଆତଙ୍କବାଦୀ ମାଚିଲ ନିକଟରେ ଅନୁପ୍ରବେଶ କରିବାକୁ ଉଦ୍ୟମ କରିବା ନେଇ ଗୁଇନ୍ଦା ସୂଚନା ମିଳିବା ପରେ ସୁରକ୍ଷା ବାହିନୀ ପକ୍ଷରୁ ସୀମାରେ ପାଟ୍ରୋଲିଂ କରାଯାଇଥିଲା। ଏଲଓସି ନିକଟରେ କିଛି ସନ୍ଦିଗ୍ଧ ଏପଟସେପଟ ହେଉଥିବାବେଳେ ଯବାନମାନେ ଗୁଳି ଚଳାଇଥିଲେ। ଏହି ଘଟଣାରେ ୨ ଆତଙ୍କବାଦୀ ନିହତ ହୋଇଥିଲେ। ସେହିପରି ତାଙ୍ଗଧର ଅଞ୍ଚଳରେ ଅନୁରୂପ ଘଟଣାରେ ଜଣେ ଆତଙ୍କବାଦୀ ପ୍ରାଣ ହରାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories