www.samajalive.in
Sunday, December 14, 2025
26.1 C
Bhubaneswar

ସୋପିଆନରେ ଏନକାଉଣ୍ଟର; ୩ ଆତଙ୍କବାଦୀ ନିହତ

ଜାମ୍ମୁ: ଜାମ୍ମୁ-କାଶ୍ମୀରର ସୋପିଆନରେ ଯବାନଙ୍କ ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ଏବେ ବି ସେଠାରେ ଗୁଳିବିନିମୟ ଜାରି ରହିଛି। ସୁରକ୍ଷାକର୍ମୀମାନେ ୫/୬ ଜଣ ଆତଙ୍କବାଦୀଙ୍କୁ ଘେରି ରହିଥିବା ସୂଚନା ମିଳିଛି।

ଜାମ୍ମୁରେ ଆତଙ୍କବାଦୀଙ୍କ ବିରୋଧରେ ସୁରକ୍ଷା କର୍ମୀଙ୍କ ପକ୍ଷରୁ ସୋପିଆନ ଏବଂ ହଣ୍ଡୱାରା ଅଞ୍ଚଳରେ ଅପରେଶନ ‘ଅଲ ଆଉଟ’କୁ ଜୋରଦାର କରାଯାଇଛି। ଦକ୍ଷିଣ ସୋପିଆନର କେଲ୍ଲାର ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରୁ ସୁରକ୍ଷା ବଳ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଚାଲିଛି। ଉକ୍ତ ଅଞ୍ଚଳରେ କେତେଜଣ ଆତଙ୍କବାଦୀ ଲୁଚି ରହିଥିବା ନେଇ ସୂଚନା ମିଳିବା ପରେ ଯବାନମାନେ ସେହି ଅଞ୍ଚଳକୁ ଘେରି ଯାଇଥିଲେ। ଫଳରେ ଆତଙ୍କୀମାନେ ଯବାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ବେଳେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

- Advertisement -

ଅନ୍ୟପଟେ ହଣ୍ଡୱାରା ଅଞ୍ଚଳରେ ବି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ପରେ ସେନା ପକ୍ଷରୁ ସେଠାରେ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଛି। ଯବାନମାନେ ୨ ଆତଙ୍କବାଦୀଙ୍କୁ ଘେରି ରହିଥିବା ବେଳେ ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ଚାଲିଥିବା ଜଣାପଡ଼ିଛି।

Hot this week

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

Related Articles

Popular Categories